ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ଟୋକିଓ : ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି । ନାରା ସହରରେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ୨ଟି ଗୁଳି ଚଳାଇଥିଲେ । ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ତାଙ୍କୁ ବଞ୍ଚାଇବା ସମ୍ଭବପର ହୋଇପାରିଲା ନାହିଁ । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।
ଯେତେବେଳେ ୬୭ବର୍ଷୀୟ ସିଞ୍ଜୋ ଆବେଙ୍କ ଉପରେ ଏହି ଆକ୍ରମଣ ହୋଇଥିଲା, ସେତେବେଳେ ସେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଥିଲେ । ସୂଚନା ମୁତାବକ, ଗୁଳିମାଡ଼ ପରେ ତାଙ୍କୁ ହୃଦ୍‌ଘାତରେ ହୋଇଥିଲା, ଯେଉଁଥିପାଇଁ ତାଙ୍କର ମୃତ୍ୟୁ ଘଟିଛି ବୋଲି କୁହାଯାଉଛି । ଏହି ଆକ୍ରମଣ ପରେ ଘଟଣାସ୍ଥଳରୁ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣଙ୍କ ୪୧ବର୍ଷୀୟ ୟମାଗାମି ତେତ୍‌ସୁୟା ବୋଲି ଜଣାପଡ଼ିଛି । ଅନ୍ୟପଟେ ସିଞ୍ଜୋଙ୍କ ବିୟୋଗରେ ଦେଶର ବଡ଼ ବଡ଼ ନେତା ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.