ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୬୬,୧୬୧ ନୂଆ ଆକ୍ରାନ୍ତ ଚିହ୍ନଟ : ୩,୭୫୪ଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ୍ ହଇଚଇ ସୃଷ୍ଟି କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୬୬,୧୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୭୫୪ ମୃତ୍ୟୁ ହୋଇଛି । ନୂତନ ସଂକ୍ରମଣକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୨୬,୬୨,୫୭୫ ଓ ମୃତ୍ୟୁସଂଖ୍ୟା ୨,୪୬,୧୧୬ରେ ପହଞ୍ଚିଛି । ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୩,୮୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୧,୮୬,୭୧,୨୨୨ରେ ପହଞ୍ଚିଛି । ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୪୫,୨୩୭ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭,୦୧,୭୬,୬୦୩ଜଣ ହିତାଧିକାରୀଙ୍କୁ ଟୀକା ଦିଆଯାଇଛି । ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୯ ତାରିଖ ସୁଦ୍ଧା ସମୁଦାୟ ୩୦,୩୭,୫୦,୦୭୭ ନମୂନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୪,୭୪,୬୦୬ଟି ନମୂନା ।

Leave A Reply

Your email address will not be published.