ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୬,୦୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ : ୩,୮୯୦ ମୃତ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୬,୦୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୮୯୦ଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୪୩,୭୨,୯୦୭ ଓ ମୃତ୍ୟୁସଂଖ୍ୟା ୨,୬୬,୨୦୭ରେ ପହଞ୍ଚିଛି । ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୩,୨୯୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୨,୦୪,୩୨,୮୯୮ରେ ପହଞ୍ଚିଛି । ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୬,୭୩,୮୦୨ ।

Leave A Reply

Your email address will not be published.