ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୬୫୪ ନୂତନ କରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ଓ ୬୪୦ଜଣ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୪,୮୪,୬୦୫ ଓ ମୃତ୍ୟୁସଂଖ୍ୟା ୪,୨୨,୦୨୨ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୧,୬୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୦୬,୬୩,୧୪୭ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।