ଦେଶରେ ଗତ ୨୪ ଘଣ୍ଟାରେ ୩୮ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ : ୪୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୩୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ଜଣାପଡିଛି । ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୦ ଲକ୍ଷ ୩୬ ହଜାର ୫୧୧ ରେ ପହଞ୍ଚିଛି । ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୯ ହଜାର ୧୯୭ ରେ ପହଞ୍ଚିଛି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୨ ଲକ୍ଷ ୨୦ ହଜାର ୯୮୧ ରେ ପହଁଞ୍ଚିଛି । ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୬ ହଜାର ୩୫୧ ଆକ୍ଟିଭ୍‌ କେସ୍ ରହିଛି ।

Leave A Reply

Your email address will not be published.