om academy

ପୁଣି ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ

jsm

ନୂଆଦିଲ୍ଲୀ : ଭାରତରେ କରୋନା ଭାଇରସ୍ ହଇଚଇ ସୃଷ୍ଟି କରୁଛି ଏବଂ ନୂଆ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଏହି ସମୟରେ ଭାରତରେ କୋଭିଡ -୧୯ର ନୂତନ ମାମଲା ସବୁ ରେକର୍ଡ ଭାଙ୍ଗିଛି ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୭୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ହଜାର ୩୦୭ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ କରୋନା ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୭ ହଜାର ୮୯୪ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୫ ଲକ୍ଷ ୫୬ ହଜାର ୨୦୯ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୮୨୨୦୪ ।

Leave A Reply

Your email address will not be published.