ମର୍ମନ୍ତୁଦ ସଡକ ଦୁର୍ଘଟଣା : ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : କର୍ଣ୍ଣାଟକ ୟାଦଗିର ଜିଲ୍ଲାରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଏବଂ ୪ ଜଣ ଶିଶୁ ଅଛନ୍ତି । ଏକ ୩ ବର୍ଷର ଶିଶୁ ବଞ୍ଚିଯାଇଥିବା ବେଳେ ତାକୁ କଲବୁର୍ଗି ହସ୍ପିଟାଲରେ ଚିକିତ୍ସା କରାଯାଉଛି । ପୁଲିସ ଠାରୁ ମିଳିଥିବା ସୂଚନା ଅନୁସାରେ ପରିବାର ସଦସ୍ୟ କାର୍‌ରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ମାଲବାହୀ ଗାଡି ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

Leave A Reply

Your email address will not be published.