ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୬ ମୃତ, ୪ ଆହତ

ହାଇଦ୍ରାବାଦ : ଆନ୍ଧ୍ରପ୍ରଦେଶ ଅଲ୍ଲୁରୀ ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସେଠାରେ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ଏକ ମିନି ଟ୍ରକକୁ ଧକ୍କା ଦେଇଛି ଲରି ଟ୍ରକ । ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ଏନେଇ ପୁଲିସ ମଙ୍ଗଳବାର ସୂଚନା ଦେଇଛି । ଆହତମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଏକ ହସ୍ପିଟାଲକୁ ନିଆଯାଇଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି । ୪ ଜଣ ଆହତଙ୍କ ମଧ୍ୟରୁ ଜଣେ ମହିଳା ରହିଛନ୍ତି ।

Leave A Reply

Your email address will not be published.

error: Content is protected !!