pakka

ଆଜି ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ : ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଉଭୟ ହିନ୍ଦୀ ଓ ଇଂରାଜୀ ଭାଷାରେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଛନ୍ତି, ଜନ୍ମ-ଜୟନ୍ତୀ ଉପଲକ୍ଷେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି । ପୂଜ୍ୟ ବାପୁଙ୍କ ଜୀବନ ଓ ଆଦର୍ଶ ଦେଶର ସମସ୍ତ ପିଢ଼ିଙ୍କୁ କର୍ତ୍ତବ୍ୟ ପଥରେ ଅଗ୍ରସର ହେବାକୁ ପ୍ରେରଣା ଦେଉଥିବ । ସେହିଭଳି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍‌ କରିଛନ୍ତି, ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ବାହାଦୁର ଶାସ୍ତ୍ରୀଜୀଙ୍କୁ ଶତ-ଶତ ପ୍ରଣାମ । ମୂଲ୍ୟବୋଧ ଏବଂ ସିଦ୍ଧାନ୍ତ ଉପରେ ପର୍ଯ୍ୟବେଶିତ ତାଙ୍କ ଜୀବନ ଦେଶବାସୀଙ୍କ ପାଇଁ ସଦାସର୍ବଦା ପ୍ରେରଣାର ସ୍ରୋତ ହୋଇ ରହିବ । ଜାତିର ଜନକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ଆଜି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସମାଧିସ୍ଥଳ ରାଜଘାଟ ଓ ଶାସ୍ତ୍ରୀଜୀଙ୍କ ସମାଧିସ୍ଥଳ ବିଜୟ ଘାଟକୁ ଯାଇଥିଲେ ।

Leave A Reply

Your email address will not be published.

1 + 12 =