
ଅହମ୍ମଦାବାଦ : ଦିନିକିଆ ଗୁଜୁରାଟର ଅହମ୍ମଦବାଦ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବରଥ ଓ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି । ଏହି ଗସ୍ତ କାଳରେ ଜାତୀୟ ଯୁବ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ବିଏପିଏସ୍ ସ୍ୱାମୀନାରାୟଣ ବିଦ୍ୟାମନ୍ଦିର ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ ।