pakka

ହର ଘର ତ୍ରିରଙ୍ଗା

bbehera

ନୂଆଦିଲ୍ଲୀ, (ପିଆଇବି) : ଡାକଘର ପକ୍ଷରୁ ଜାତୀୟ ପତାକା ଗୋଟିକୁ ୨୫ଟଙ୍କା ହିସାବରେ ବିକ୍ରି କରାଯାଉଛି । ଏହି ପତାକାଗୁଡିକୁ କୌଣସି ଦେୟ ବିନା ଘରେ ପହଞ୍ଚାଯାଉଛି । ଇ-ଡାକଘର ପୋର୍ଟାଲ ଜରିଆରେ ମଧ୍ୟ ନାଗରିକମାନେ ଜାତୀୟ ପତାକା ଅନ୍ଲାଇନରେ କିଣିପାରିବେ । ଠିକ୍ ସମୟରେ ପତାକା ପହଞ୍ଚାଇବା ଦୃଷ୍ଟିରୁ ନାଗରିକମାନେ ଅଗଷ୍ଟ ୧୨, ୨୦୨୨ ପୂର୍ବରୁ ଜାତୀୟ ପତାକା ପାଇଁ ଅନ୍ଲାଇନ ଅର୍ଡର କରିବାକୁ ଡାକବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଦେଶର ଗର୍ବିତ ନାଗରିକମାନଙ୍କ ନିକଟରେ ଜାତୀୟ ପତାକା ପହଞ୍ଚାଇବା ସୁନିଶ୍ଚିତ କରିବା ନିମନ୍ତେ ଦେଶବ୍ୟାପୀ ଡାକ ବିଭାଗ ପକ୍ଷର ପତାକା ପିଛା ୨୫ଟଙ୍କା ହିସାବରେ ବିକ୍ରୟ ପାଇଁ ବ୍ୟବସ୍ଥା ହୋଇଛି । ବିପୁଳ ଜନସାଧାରଣ ମଧ୍ୟ ଇ-ଡାକଘର ପୋର୍ଟାଲ (https://www. epostoffice.gov.in/Product Details/Guest_productDetailsProdid=ca6wTEVyMuWlqlgDBTtyTw== ) ଜରିଆରେ ଏଥିପାଇଁ ଅନ୍ଲାଇନରେ ଅର୍ଡର କରୁଛନ୍ତି । ଡାକବିଭାଗ ପହଞ୍ଚାଇବା ବାବଦ ଦେୟ ନ ନେଇ ଦେଶର ଯେ କୌଣସି ସ୍ଥାନରେ ଜାତୀୟ ପତାକା ପହଞ୍ଚାଇବାରେ ବ୍ୟବସ୍ଥା ମଧ୍ୟ କରିଛି । ସମୟୋଚିତ ପତାକା ପାଇବା ସୁନିଶ୍ଚିତ କରିବା ପାଇଁ ନାଗରିକଗଣ ଅଗଷ୍ଟ ୧୨, ୨୦୨୨ ମଧ୍ୟରାତ୍ରୀ ପୂର୍ବରୁ ଅନଲାଇନରେ ଅର୍ଡର କରିବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

jay balangir
Leave A Reply

Your email address will not be published.

fourteen − eleven =