ଆଇଆଇଟି କାନପୁରର ୫୪ତମ ସମାବର୍ତ୍ତନ ସମାରୋହରେ ଯୋଗେଦେଲେ ପ୍ରଧାନମନ୍ତ୍ରୀ

ପ୍ରଦାନ କଲେ ସାମୁହିକ ଡିଜିଟାଲ ସ୍ନାତକ ଉପାଧି
● “ଆଜି ଦେଶର ଭାବନା ଓ ମନୋଭାବ ଆପଣମାନଙ୍କ ଭଳି ଆଗରୁ ଯେତେବେଳେ ଭାବନା ଉପର ଠାଉରିଆ କାମ ଭଳି ଥିଲା, ଆଜିର ଚିନ୍ତାଧାରା କାର୍ଯ୍ୟ ଓ ଫଳ ପ୍ରଦାନକାରୀ ଭିତ୍ତିକ”
● “ଦେଶ ଅନେକ ସମୟ ହରାଉଛି । ଏହା ମଧ୍ୟରେ ଦୁଇଟି ବଂଶାନୁକ୍ରମିକ ସମୟ ଅତିକ୍ରାନ୍ତ ହୋଇଛି । ତେଣୁ ଆମେ ଆଉ ଦୁଇମିନିଟ୍ ମଧ୍ୟ ନଷ୍ଟ କରି ପାଇବା ନାହିଁ”
● “ମୋ କଥା ଯଦି ଅଧୈର୍ଯ୍ୟ ଲାଗୁଛି । ତାହା ଏଇଥିପାଇଁ ଯେ ମୁଁ ଆପଣମାନଙ୍କୁ ଆତ୍ମନିର୍ଭର ଭାରତ ପାଇଁ ଏହିପରି ଅଧୈର୍ଯ୍ୟ ହେବାକୁ ଚାହୁଁଛି । ଆତ୍ମନିର୍ଭର ଭାରତ ହେଉଛି ସମ୍ପୂର୍ଣ୍ଣ ସ୍ୱାଧୀନତାର ମୌଳିକ ଢାଞ୍ଚା, ଯେଉଁଠି ଆମେ କାହା ଉପରେ ନିର୍ଭର କରିବା ନାହିଁ”
● “ଯଦି ତୁମେ ଆହ୍ୱାନକୁ ଲକ୍ଷ୍ୟ କରୁଛ, ତେବେ ତୁମେ ହେଲ ଶିକାରୀ ଓ ଆହ୍ୱାନକୁ ତୁମେ ଶିକାର କରିବାକୁ ଚାହୁଁଛ”
● “ଯେତେବେଳେ ଆନନ୍ଦ ଓ ଦୟାର ଅଂଶୀଦାର ହେବାର ସମୟ ଆସେ, ସେତେବେଳେ କୌଣସି ପାସୱାର୍ଡ ନ ରଖି ଜୀବନକୁ ଖୋଲା ହୃଦୟରେ ଉପଭୋଗ କର”

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଆଇଆଇଟି କାନପୁର ୫୪ତମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ସାମୁହିକ ଭାବେ ଡିଜିଟାଲ ସ୍ନାତକ ଉପାଧି ପ୍ରଦାନ କରିଛନ୍ତି । ପ୍ରତିଷ୍ଠାନର ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆଜି କାନପୁର ନିମନ୍ତେ ଏକ ମହାନ୍ ଦିବସ କାରଣ ଆଜି କାନପୁର ନଗରୀ ମେଟ୍ରୋ ସୁବିଧା ମଧ୍ୟ ପାଉଛି । ଆହୁରିମଧ୍ୟ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ଜରିଆରେ କାନପୁର ବିଶ୍ୱକୁ ମୂଲ୍ୟବାନ ଉପହାର ଦେଇଛି । ଛାତ୍ରଛାତ୍ରୀଙ୍କ ଏହି ସମ୍ମାନଜନକ ଅନୁଷ୍ଠାନରେ ରହଣି ମଧ୍ୟରେ ବିଶେଷକରି ଏଠାରେ ଯୋଗଦେବା ଓ ଉତ୍ତୀର୍ଣ୍ଣ ହେବା ମଧ୍ୟରେ “ଆପଣମାନେ ଏକ ବିରାଟ ପରିବର୍ତ୍ତନ ନିଜ ମଧ୍ୟରେ ଅନୁଭବ କରିପାରୁଥିବେ ।” ଏଠାକୁ ଆସିବା ପୂର୍ବରୁ ମନରେ ଅନେକ ଆଶଙ୍କାର ପ୍ରଶ୍ନବାଚୀ ଥିବ । ହେଲେ ଏବେ ଅଜଣାର କୌଣସି ଭୟ ନ ଥିବ ଓ ଏବେ ସମଗ୍ର ବିଶ୍ୱରେ କିଛି ନା କିଛି ନୂତନ ଆବିଷ୍କାର ପାଇଁ ମନରେ ସାହସ ମଧ୍ୟ ଆସିଯାଇଥିବ । କୌଣସି ଅଜଣା ପ୍ରଶ୍ନବାଚୀ ନ ଥିବ । ବର୍ତ୍ତମାନ ଥିବା କେବଳ ସବୁଠାରୁ ଉତ୍ତମ ଅନୁସନ୍ଧାନ ଓ ସମଗ୍ର ବିଶ୍ୱରେ ଅଗ୍ରଣୀ ହେବାର ସ୍ୱପ୍ନ” ବୋଲି ସେ କହିଥିଲେ । କାନପୁର ଐତିହାସିକ ଓ ସାମାଜିକ ଇଚ୍ଛାପତ୍ର ଉପରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ କାନପୁର ବିବିଧତା ଦୃଷ୍ଟିରୁ ସମଗ୍ର ଦେଶରେ କେତେକ ନଗରୀ ମଧ୍ୟରେ ଅନ୍ୟତମ । “ସତୀଚଉରା ଘାଟରୁ ମଜାରୀ ପଶି, ନାନା ସାହେବଠାରୁ ବଟୁକେଶ୍ୱର ଦତ୍ତ ପର୍ୟ୍ୟନ୍ତ ଯେତେବେଳେ ଆମେ ନଗରୀ ପରିକ୍ରମା କରୁ ସେତେବେଳେ ଆମେ ଗୌରମମୟ ଅତୀତ ଓ ଆମ ସ୍ୱାଧୀନତା ସଂଗ୍ରାମର ତ୍ୟାଗ ନେଇ ଅବଗତ ହେଉ” ବୋଲି ସେ ସ୍ମୃତିଚାରଣ କରିଥିଲେ ।
ପ୍ରଧାନମନ୍ତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ଜୀବନରେ ବର୍ତ୍ତମାନର ଗୁରୁ୍ତ୍ୱ ଉପରେ ଆଲୋକପାତ କରିଥିଲେ । ସେ ବିଂଶ ଶତାବ୍ଦୀର ତିରିଶ ଦଶକ ଉପରେ ସବିଶେଷ କହିଥିଲେ । “ଯେଉଁମାନେ ସେତେବେଳେ ୨୦ରୁ ୨୫ବର୍ଷ ମଧ୍ୟରେ ଥିଲେ ନିଶ୍ଚିତ ସେମାନେ ୧୯୪୭ ସ୍ୱାଧୀନତା ହାସଲ ସମୟ ଅତିବାହିତ କରିଥିବେ । ସେତେବେଳେ ତାହା ସେମାନଙ୍କ ଜୀବନର ସ୍ୱର୍ଣ୍ଣିମ ସମୟ ରହିଥିବ । ଆଜି ତୁମେମାନେ ମଧ୍ୟ ସେହିଭଳି ଏକ ସ୍ୱର୍ଣ୍ଣିମ ଯୁଗ ଆଡେ ପାଦ ଥାପିଛି । ଯେମିତି ବର୍ତ୍ତମାନ ଦେଶ ପାଇଁ ଅମୃତକାଳ ସେହିପରି ତୁମ ଜୀବନର ମଧ୍ୟ ଅମୃତକାଳ’ ବୋଲି ସେ କହିଥିଲେ । ଆଇଆଇଟି କାନପୁରର ସଫଳତା ଉପରେ ଆଲୋକପାତ କରି ସେ କହିଥିଲେ ଯେ ଆଜି ବୈଷୟିକ ଦୃଶ୍ୟପଟ କେବଳ ପେଶାଦାରମାନଙ୍କ ପାଇଁ । କୃତ୍ରିମ ମେଧା, ଶକ୍ତି, ଜଳବାୟୁ ସମସ୍ୟା, ସ୍ୱାସ୍ଥ୍ୟବସ୍ଥା ସମାଧାନରେ ବୈଷୟିକ ଜ୍ଞାନ ଓ ବିପର୍ୟ୍ୟୟ ପରିଚାଳନା ବିଷୟକୁ ନେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ “ଏଗୁଡିକ କେବଳ ତମମାନଙ୍କର ଦାୟିତ୍ୱ ନୁହଁ ଏଗୁଡିକ ବଂଶାନୁକ୍ରମିକ ସ୍ୱପ୍ନ ଯାହାକୁ ତୁମେମାନେ ସୌଭାଗ୍ୟ ଯେ ସେଗୁଡିକୁ ସାକାର କହିବ । ବର୍ତ୍ତମାନ ସମୟ ହେଉଛି ଜୀବନର ଲକ୍ଷ୍ୟ ଓ ନିଜର ସମସ୍ତ ଶକ୍ତି ଘଟାଇ ତୁମକୁ ତାହା ହାସଲ କରିବାକୁ ହେବ ।” ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇ କହିଥିଲେ ଯେ ଏକ ବିଂଶ ଶତାବ୍ଦୀ ହେଉଛିି ସମ୍ପୂର୍ଣ୍ଣଭାବେ ବୈଷୟିକ ଜ୍ଞାନଯୁକ୍ତ । ଏହି ଯୁଗରେ ପ୍ରଯୁକ୍ତି ବିଦ୍ୟା ବିଭିନ୍ନ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବ । ଗୋଟିଏ ଦୃଷ୍ଟିରୁ କହିଲେ ବିନା ପ୍ରଯୁକ୍ତିରେ ଜୀବନର କୌଣସି ମାନେ ନାହିଁ । ପ୍ରଧାନମନ୍ତ୍ରୀ ଜାତୀୟ ଭାବଧାରା ଛାତ୍ରଛାତ୍ରୀଙ୍କୁ ଜଣାଇ ଦେଇଥିଲେ । ସେ କହିଥିଲେ ଯେ “ଆଜି ଦେଶର ଭାବନା ଓ ମତିଗତି ଆପଣମାନଙ୍କ ସହ ସମାନ । ଆଗରୁ ଭାବନା ଉପର ଠାଉରିଆ କାମ ଭଳି ଥିବାବେଳେ, ଆଜିର ଚିନ୍ତାଧାରା କାର୍ୟ୍ୟ ଓ ଫଳ ପ୍ରଦାନକାରୀ ଭିତିକ । ଆଗରୁ ଯେତେବେଳେ ଗୋଟେ ସମସ୍ୟାରୁ ମୁକୁଳିବା ପାଇଁ ବାଟ ଖୋଜା ଯାଉଥିଲା, ଆଜି ସମସ୍ୟା ସମାଧାନ ନିମନ୍ତେ ସଂକଳ୍ପ ନିଆଯାଉଛି ।” ପ୍ରଧାନମନ୍ତ୍ରୀ ଦୁଃଖପ୍ରକାଶ କରି କହିଥିଲେ ଯେ ଆମେ ଅନେକ ସମୟ ହରାଇଛୁ । ସ୍ୱାଧୀନତାର ୨୫ତମ ବାର୍ଷିକୀଠାରୁ ଦେଶ ଗଠନ ପାଇଁ ଅନେକ କିଛି କରାଯାଇପାରିଥାନ୍ତା । “ଯେତେବେଳେ ଦେଶ ସ୍ୱାଧୀନତାର ୨୫ବର୍ଷରେ ପଦାର୍ପଣ କଲା, ସେତେବେଳେ ଆମେ ନିଜ ପାଦରେ ଠିଆ ହେବା ପାଇଁ ଅନେକ କିଛି କରିପାରିଥାନ୍ତୁ । ସେବେଠାରୁ ଅନେକ ବିଳମ୍ବ ହୋଇଛି ଓ ଦେଶ ବହୁ ମୂଲ୍ୟବାନ ସମୟ ହରାଇଛି । ୟା ମଧ୍ୟରେ ଦୁଇଟି ବଂଶ ଅତିକ୍ରମ ହୋଇଯାଇଛି ଓ ଆମେ ଆଉ ଦୁଇ କ୍ଷଣ ମଧ୍ୟ ଅପଚୟ କରିବ ନାହିଁ ବୋଲି ସେ କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ମୋ କଥା ଯଦି ଅଧୈର୍ୟ୍ୟପୂର୍ଣ୍ଣ ଲାଗୁଛି ତେବେ ଏଇଥିପାଇଁ ଯେ ମୁଁ ଉତ୍ତୀର୍ଣ୍ଣ ହେଉଥିବା ଛାତ୍ରଛାତ୍ରୀମାନଙ୍କୁ “ଏକ ଆତ୍ମନିର୍ଭର ଭାରତ ପାଇଁ ଏହିପରି ଅଧୈର୍ୟ୍ୟ ହେବାକୁ ଚାହୁଁଛି । ଆତ୍ମନିର୍ଭରତ ଭାରତ ହେଉଛି ସମ୍ପୂର୍ଣ୍ଣ ସ୍ୱାଧୀନତାର ମୌଳିକ ଢାଂଚା, ଯେଉଁଠି ଆମକୁ ଆଉ କାହା ଉପରେ ନିର୍ଭର କରିବାକୁ ପଡିବ ନାହିଁ । ସ୍ୱାମୀ ବିବେକାନନ୍ଦ କହିଥିଲେ ଯେ ପ୍ରତ୍ୟେକ ଦେଶକୁ ଏକ ବାର୍ତ୍ତା ଦେବାର ଅଛି, ଏକ ଲକ୍ଷ୍ୟ ସାଧନ କରିବାର ଅଛି । ଭାଗ୍ୟ ଯେଉଁଆଡେ ନେବ ସେଠାରେ ପହଂଚିବାର ଅଛି । ଆମେ ଯଦି ଆତ୍ମନିର୍ଭର ନହେବା, ଆମ ଦେଶ କିପରି ଏହାର ଲକ୍ଷ୍ୟ ହାସଲ କରିବ, ଆମେ ଆମର ଲକ୍ଷ୍ୟସ୍ଥଳରେ ପହଚିଂବା କିପରି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଅଟଳ ଇନୋଭେସନ ମିଶନ, ପ୍ରଧାନମନ୍ତ୍ରୀ ଗବେଷଣା ଫେଲୋସିପ୍ ଏବଂ ଜାତୀୟ ଶିକ୍ଷାନୀତି ପାଇଁ ନୂତନ ବାତାବରଣ ଓ ସୁଯୋଗ ସୃଷ୍ଟି ହେଉଛି । ବ୍ୟବସାୟରେ ସୁଗମତା ଓ ନୀତିଗତ ବାଧାବିଘ୍ନ ହଟିବା ସ୍ପଷ୍ଟ ପରିଲକ୍ଷିତ ହୋଇଛି । ଏହି ୭୫ତମ ସ୍ୱାଧୀନତା ଦିବସ ବର୍ଷରେ ଭାରତରେ ୭୫ରୁ ଅଧିକ ୟୁନିକର୍ଣ୍ଣ, ୫୦ହଜାରରୁ ଅଧିକ ଷ୍ଟାର୍ଟଅପ୍ ଓ ସେଥିରୁ ଦଶହଜାର କେବଳ ଗତ ଛଅମାସ ମଧ୍ୟରେ ଆସିଛି । ଆଜି ଭାରତ ବିଶ୍ୱରେ ଦ୍ୱିତୀୟ ସର୍ବବୃହତ ଷ୍ଟାର୍ଟଅପ ପେଣ୍ଠଭାବେ ଉଭା ହୋଇଛି । ଆଇଆଇଟି ର ଛାତ୍ରଛାତ୍ରୀ ଏହା ଆରମ୍ଭ କରିଛନ୍ତି । ବିଶ୍ୱରେ ଭାରତର ଟେକ ରଖିବା ନିମନ୍ତେ ପ୍ରଧାନମନ୍ତ୍ରୀ ତାଙ୍କର ଇଚ୍ଛା ଛାତ୍ରଛାତ୍ରୀମାନଙ୍କୁ ଜଣାଇ ଦେଇଛନ୍ତି, “ଭାରତୀୟ କମ୍ପାନୀ ଓ ଭାରତୀୟ ସାମଗ୍ରୀ ବିଶ୍ୱବିଦିତ ହେବାକୁ କେଉଁ ଭାରତୀୟ ନ ଚାହିଁବ? ଯେ ଆଇଆଇଟିକୁ ଚିହ୍ନିଛି ସେ ମେଧା ଶକ୍ତି କ’ଣ ଜାଣିଛ ପ୍ରଫେସରମାନଙ୍କ ଅକ୍ଲାନ୍ତ ପରିଶ୍ରମ କ’ଣ ଜାଣିଛ ଏହି ଆଇଆଇଟି ଯୁବା ସବୁକିଛି କରିପାରିବେ ବୋଲି ବିଶ୍ୱାସ ରହିଛି । ପ୍ରଧାନମନ୍ତ୍ରୀ ବିଦ୍ୟାର୍ଥୀମାନଙ୍କୁ ଆହ୍ୱାନ ଆଗରେ ଆରାମକୁ ତ୍ୟାଗ କରିବାକୁ ପରାମର୍ଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ “ ତୁମେ ଚାହିଁ କି ନ ଚାହଁ ଜୀବନରେ ଆହ୍ୱାନ ନିଶ୍ଚୟ ଆସିବ । ଯେଉଁମାନେ ସେଥିରୁ ଦୂରେଇ ଯାଆନ୍ତି, ସେମାନେ ତାହାର ଶିକାର ହୁଅନ୍ତି । ଯଦି ତୁମେ ଆହ୍ୱାନର ସମ୍ମୁଖୀନ ହେଉଛ, ତୁମେ ତାହାହେଲେ ଶିକାରୀ ଓ ଆହ୍ୱାନ ତା’ର ଶିକାର ।” ପ୍ରଧାନମନ୍ତ୍ରୀ ପିଲାମାନଙ୍କୁ ସମ୍ବେଦନଶୀଳତା, ଅନୁସନ୍ଦିତ୍ସ୍‌ୁ ମନୋଭାବ, କଳ୍ପନା ଓ ସୃଜନଶୀଳତା ମନୋଭାବ ଉଦ୍ଜୀବିତ କରି ରଖିବାକୁ ପରାମର୍ଶ ଦେଇଥିଲେ । ଏଥିସହ ଅଣ ବୈଷୟିକ ଦିଗ ପ୍ରତି ମଧ୍ୟ ସମ୍ବେଦନଶୀଳ ହେବାକୁ କହିଥିଲେ । “ଯେତେବେଳେ ଆନନ୍ଦ ଓ ଦୟାର ଅଂଶୀଦାର ହେବାର ସମୟ ଆସେ, ସେତେବେଳେ କୌଣସି ପାସୱାର୍ଡ ନ ରଖି ଜୀବନକୁ ଖୋଲା ହୃଦୟରେ ଉପଭୋଗ କର ।”

Leave A Reply

Your email address will not be published.