om academy

ସ୍ୱଚ୍ଛ, ସୁରୁଖୁରୁରେ ଏବଂ ନିରପେକ୍ଷ ରୂପେ ପରୀକ୍ଷା ପରିଚାଳନା ସୁନିଶ୍ଚିତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କଲା ଶିକ୍ଷା ମନ୍ତ୍ରଣାଳୟ

jsm
  • ପରୀକ୍ଷା ପ୍ରକ୍ରିୟାରେ ସଂସ୍କାର ସହିତ ଡାଟା ସୁରକ୍ଷା ପ୍ରୋଟୋକଲ, ଏନ୍‌ଟିଏର ଢାଞ୍ଚା ଓ ପରିଚାଳନାରେ ସୁଧାର ପାଇଁ ସୁପାରିସ କରିବ କମିଟି
  • ୨ ମାସ ମଧ୍ୟରେ ମନ୍ତ୍ରଣାଳୟକୁ ରିପୋର୍ଟ ଦେବ କମିଟି

ନୂଆଦିଲ୍ଲୀ, (ପିଆଇବି) : ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନ୍‌ଟିଏ) ଜରିଆରେ ପାରଦର୍ଶୀ, ସୁଗମ ଓ ସ୍ୱଚ୍ଛ ଭାବେ ପରୀକ୍ଷା ଆୟୋଜନ ସୁନିଶ୍ଚିତ କରିବା ଲାଗି ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଶେଷଜ୍ଞମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ଏହି କମିଟି ନିମ୍ନଲିଖିତ ସୁପାରିସ କରିବ :

  • ପରୀକ୍ଷା ପ୍ରକ୍ରିୟାର ବ୍ୟବସ୍ଥାରେ ସଂସ୍କାର,
  • ଡାଟା ସୁରକ୍ଷା ପ୍ରୋଟୋକଲ୍ରେ ସୁଧାର,
  • ଏନଟିଏର ଢାଞ୍ଚା ଓ ପରିଚାଳନାରେ ଉନ୍ନତି
    ଉଚ୍ଚସ୍ତରୀୟ କମିଟର ଅଧ୍ୟକ୍ଷ ଓ ସଦସ୍ୟମାନଙ୍କ ନାମ ନିମ୍ନରେ ଦିଆଗଲା

୧ – ଡ. କେ ରାଧାକ୍ରିଷ୍ଣନ
ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ତଥା ଆଇଆଇଟି କାନପୁରର ବିଓଜିର ଅଧ୍ୟକ୍ଷ । ଅଧ୍ୟକ୍ଷ
୨ – ଡାକ୍ତର ରଣଦୀପ ଗୁଲେରିଆ, ଦିଲ୍ଲୀ ଏମ୍ସର ପୂର୍ବତନ ନିର୍ଦ୍ଦେଶକ ସଦସ୍ୟ
୩ – ପ୍ରଫେସର ବି ଜେ ରାଓ, ହାଇଦ୍ରାବାଦ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ସଦସ୍ୟ
୪ – ପ୍ରଫେସର ରାମମୂର୍ତ୍ତି କେ. ଆଇଆଇଟି ମାଡ୍ରାସର ସିଭିଲ ଇଞ୍ଜିନିୟରିଂ ବିଭାଗର ଅତିଧି ପ୍ରାଧ୍ୟାପକ ସଦସ୍ୟ
୫ – ଶ୍ରୀ ପଙ୍କଜ ବଂଶଲ, ସହ ପ୍ରତିଷ୍ଠାତା, ପିପୁଲ ଷ୍ଟ୍ରଙ୍ଗ ଏବଂ କର୍ମଯୋଗୀ ଭାରତର ବୋର୍ଡ ସଦସ୍ୟ ସଦସ୍ୟ
୬ – ପ୍ରଫେସର ଆଦିତ୍ୟ ମିତ୍ତଲ,
ଆଇଆଇଟି ଦିଲ୍ଲୀର ଛାତ୍ର ବ୍ୟାପାର ଡିନ୍ ସଦସ୍ୟ
୭ – ଶ୍ରୀ ଗୋବିନ୍ଦ ଜୟସ୍ୱାଲ, ଶିକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ,
ଭାରତ ସରକାର ସଦସ୍ୟ ସଚିବ

କମିଟି ନିମ୍ନ ବିଷୟଗୁଡ଼ିକ ପ୍ରତି ଧ୍ୟାନ ଦେଇ କାର୍ଯ୍ୟ କରିବ ;

(ସ) ପରୀକ୍ଷା ପ୍ରକ୍ରିୟାରେ ସଂସ୍କାର
(କ) ଆମୂଳଚୁଳ ଭାବେ ପରୀକ୍ଷା ପ୍ରକ୍ରିୟାର ବିଶ୍ଳେଷଣ କରିବା ଏବଂ ବ୍ୟବସ୍ଥାର ଦକ୍ଷତାରେ ଉନ୍ନତି ଆଣିବା ଏବଂ କୌଣସି ସମ୍ଭାବ୍ୟ ଉଲ୍ଲଂଘନକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦେବା ।
(ଖ) ଏନ୍‌ଟିଏର ମାନକ ପରିଚାଳନା ପଦ୍ଧତି ବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (ଏସ୍‌ଓପି)/ପ୍ରୋଟୋକଲର ସମ୍ପୂର୍ଣ୍ଣ ସମୀକ୍ଷା କରିବା ଏବଂ ପ୍ରତ୍ୟେକ ସ୍ତରରେ ଅନୁପାଳନ ସୁନିଶ୍ଚିତ କରିବା ପାଇଁ ଅନୁଧ୍ୟାନ ବ୍ୟବସ୍ଥା ସହିତ ଏହି ପ୍ରକ୍ରିୟା/ ପ୍ରୋଟୋକଲଗୁଡ଼ିକୁ ସୁଦୃଢ଼ କରିବା ନିମନ୍ତେ ପଦକ୍ଷେପ ନେବା ଲାଗି ଆବଶ୍ୟକ ପରାମର୍ଶ ଦେବା ।

(ସସ) ଡାଟା ସୁରକ୍ଷା ପ୍ରୋଟୋକଲରେ ଉନ୍ନତି
(କ) ବର୍ତ୍ତମାନର ଡାଟା ସୁରକ୍ଷା ପ୍ରକ୍ରିୟା ଏବଂ ଏନ୍‌ଟିଏର ପ୍ରୋଟୋକଲଗୁଡିକର ମୂଲ୍ୟାଙ୍କନ କରିବା ତଥା ଏଥିରେ ସୁଧାର ପାଇଁ ପଦକ୍ଷେପ ସୁପାରିସ କରିବା ।
(ଖ) ବିଭିନ୍ନ ପରୀକ୍ଷା ପାଇଁ ପେପର ସେଟିଂ ଏବଂ ଅନ୍ୟାନ୍ୟ ପ୍ରକ୍ରିୟା ସମ୍ବନ୍ଧୀୟ ବର୍ତ୍ତମାନର ସୁରକ୍ଷା ପ୍ରୋଟୋକଲ ଯାଞ୍ଚ କରିବା ତଥା ବ୍ୟବସ୍ଥାକୁ ଅଧିକ ସୁରକ୍ଷିତ କରିବା ପାଇଁ ସୁପାରିସ କରିବା ।

(ସସସ) ଏନ୍‌ଟିଏର ଢାଞ୍ଚା ଓ ପରିଚାଳନାରେ ଉନ୍ନତି
(କ) ପଏଣ୍ଟ (୧) ଓ (୨) ଅଧୀନରେ ଦିଆଯାଇଥିବା ସୁପାରିସଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ଜାତୀୟ ପରୀକ୍ଷା ଏଜେନ୍ସି (ଏନ୍‌ଟିଏ)ର ସାଂଗଠନିକ ଢାଞ୍ଚା ଏବଂ ପରିଚାଳନା ପ୍ରକ୍ରିୟାରେ ସୁଧାର ଆବଶ୍ୟକ ସୁପାରିସ କରିବା ଏବଂ ପ୍ରତ୍ୟେକ ସ୍ତରରେ କର୍ମକର୍ତ୍ତାଙ୍କ ଭୂମିକା ଏବଂ ଦାୟିତ୍ୱକୁ ସ୍ପଷ୍ଟ ଭାବରେ ନିର୍ଦ୍ଧାରଣ କରିବା ।
(ଖ) ଏନ୍‌ଟିଏର ସାମ୍ପ୍ରତିକ ଅଭିଯୋଗ ସମାଧାନ ବ୍ୟବସ୍ଥାର ଆକଳନ କରିବା, ଉନ୍ନତିର କ୍ଷେତ୍ରଗୁଡିକ ଚିହ୍ନଟ କରିବା ଏବଂ ଏହାର ଦକ୍ଷତା ବୃଦ୍ଧି ପାଇଁ ସୁପାରିସ କରିବା ।
ଏହି ଆଦେଶ ଜାରି ହେବାର ଦୁଇ ମାସ ମଧ୍ୟରେ କମିଟି ଏହାର ରିପୋର୍ଟ ଶିକ୍ଷା ମନ୍ତ୍ରଣାଳୟକୁ ପ୍ରଦାନ କରିବ ।
ନିଜର ସହାୟତା କରିବା ପାଇଁ କମିଟି ଯେକୌଣସି ବିଷୟ ବିଶେଷଜ୍ଞଙ୍କ ସହଯୋଗ ନେଇପାରିବ ।

Leave A Reply

Your email address will not be published.