ଆର୍ଥିକ ବର୍ଷ ୨୦୨୨-୨୩ ର ପ୍ରଥମ ତିନି ମାସରେ କ୍ୟାପଟିଭ୍ ଓ ବାଣିଜ୍ୟିକ କୋଇଲା ବ୍ଲକର ଉତ୍ପାଦନ ୭୯ ପ୍ରତିଶତ ବୃଦ୍ଧି ହୋଇ ୨୭.୭ ନିୟୁତ ଟନ୍ ହୋଇଛି

  • ଗତ ବର୍ଷ ନିଲାମ କରାଯାଇଥିବା ଦୁଇଟି ଖଣିରୁ ୧.୫୭ ନିୟୁତ ଟନ୍ କୋଇଲା ଉତ୍ପାଦନ ହୋଇଛି
    ଚଳିତ ବର୍ଷ ୧୨ ନୂଆ ଖଣିରେ ଉତ୍ପାଦନ ଆରମ୍ଭ ହେବାର ସମ୍ଭାବନା

ନୂଆଦିଲ୍ଲୀ, (ପିଆଇବି) : କୋଇଲା ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଏବଂ ମନୋନୀତ କର୍ତ୍ତୃପକ୍ଷ ୬ ଜୁଲାଇ ୨୦୨୨ ରେ ପ୍ରକଳ୍ପ ପ୍ରସ୍ତାବକଙ୍କ ଉପସ୍ଥିତିରେ ଆର୍ଥିକ ବର୍ଷ ୨୦୨୨-୨୩ ର ପ୍ରଥମ ତିନିମାସ ମଧ୍ୟରେ କୋଇଲା ବ୍ଲକ୍ ଗୁଡ଼ିକର ଉତ୍ପାଦନ ସମୀକ୍ଷା କରିଛନ୍ତି । ପ୍ରଥମ ତିନିମାସ ସମୟରେ ସମୁଦାୟ ୨୭.୭ ମିଲିୟନ ଟନ୍ କୋଇଲା ଉତ୍ପାଦନ ହୋଇଛି । ଏହା ଆର୍ଥିକ ବର୍ଷ ୨୦୨୧-୨୨ ର ସମାନ ଅବଧିରେ ଉତ୍ପାଦିତ ୧୫.୫ ମିଲିୟନ ଟନ କୋଇଲାରୁ ୭୯ ପ୍ରତିଶତ ଅଧିକ ଅଟେ ।
ମନ୍ତ୍ରଣାଳୟ କୋଇଲା ଉତ୍ପାଦନରେ ଏତେ ଅଧିକ ବୃଦ୍ଧି କରିଥିବାରୁ କୋଇଲା ବ୍ଲକ୍ ଆବଣ୍ଟକମାନଙ୍କର ପ୍ରଚେଷ୍ଟାକୁ ପ୍ରଶଂସା କରିଥିଲେ। ଏହା ସହିତ, ଏହା ଆଶା କରିଛନ୍ତି ଯେ ଆର୍ଥିକ ବର୍ଷ ୨୦୨୨-୨୩ ର ଦ୍ବିତୀୟ ତ୍ରୟମାସରେ କୋଇଲା ବ୍ଲକ୍ ରୁ ୩୨ ମିଲିୟନ ଟନ୍ ଉତ୍ପାଦନର ଲକ୍ଷ ପ୍ରାପ୍ତ କରାଯିବ। ଏହା ବ୍ୟତୀତ ଏହାର ପ୍ରଶଂସା କରାଯିବା ସହିତ ଏହା ମଧ୍ୟ ଉଲ୍ଲେଖ କରାଯାଇଥିଲା ଯେ ବାଣିଜ୍ୟିକ ନିଲାମୀ ସଂସ୍କାର ଅନ୍ତର୍ଗତ ୨୦୨୧ ରେ ନିଲାମ କରାଯାଇଥିବା ଦୁଇଟି ଖଣି କାର୍ୟ୍ୟ ଆରମ୍ଭ ହୋଇଯାଇଛି ଏବଂ ଏଥିରୁ ପ୍ରଥମ ତ୍ରୟମାସରେ ୧.୫୭ ନିୟୁତ ଟନ୍ ର ଉତ୍ପାଦନ କରାଯାଇଛି ।
ବର୍ତ୍ତମାନ ସମୁଦାୟ ୩୬ କ୍ୟାପଟିଭ୍ ଏବଂ ବାଣିଜ୍ୟିକ ଖଣିରୁ କୋଇଲା ଉତ୍ପାଦନ ହେଉଛି । ସେହିପରି ଆଶା କରାଯାଉଛି ଯେ ଚଳିତ ବର୍ଷ ଅତି କମରେ ଆଉ ୧୨ ଟି ନୂଆ ଖଣିରେ ଉତ୍ପାଦନ ଆରମ୍ଭ ହୋଇଯିବ । ଏହା ଦେଶରେ କୋଇଲାର ଚାହିଦାକୁ ପୂରଣ କରିବାରେ ନିଜର ମହତ୍ତ୍ବପୂର୍ଣ୍ଣ ଯୋଗଦାନ ପ୍ରଦାନ କରିବ ।
ଏହା ବ୍ୟତୀତ ପ୍ରକଳ୍ପ ପ୍ରସ୍ତାବକ ନିଜର ପ୍ରଚେଷ୍ଟା ଏବଂ ସମ୍ମୁଖୀନ ହେଉଥିବା ଆହ୍ବାନ ବିଷୟରେ ମଧ୍ୟ ସୂଚନା ପ୍ରଦାନ କଲେ। ସେହିପରି କୋଇଲା ମନ୍ତ୍ରଣାଳୟ ଏହି ବିଷୟର ସମାଧାନରେ ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବା ପାଇଁ ଆଶ୍ବାସନା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.