ମୁମ୍ବାଇ : ମୁମ୍ବାଇର କୁରଲା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ କୋଠା ଭୁଶୁଡ଼ି ୧୯ ଜଣଙ୍କ ମୃତ୍ୟୁ ଘଟିଛି । ଆହତଙ୍କୁ ଘାଟକୋପରର ରାଜାୱାଡ଼ି ଏବଂ ସିଓନରେ ଥିବା ଏଲ୍ଟିଏମ୍ଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ ନାଏକ ନଗର ସୋସାଇଟିରେ ଥିବା ଏହି ୫୦ ବର୍ଷ ପୁରୁଣା ୪ ମହଲା ବିଶିଷ୍ଟ ବିଲ୍ଡିଂର ସମସ୍ତ ମହଲା ଭୁଶୁଡ଼ିଯିବା ପରେ ଅଗ୍ନିଶମ କର୍ମଚାରୀ ଏବଂ ଉଦ୍ଧାରକାରୀ ଟିମ୍ ଭଗ୍ନାବଶେଷ ତଳେ ଚାପି ହୋଇଥିବା ଲୋକଙ୍କୁ ଉଦ୍ଧାର କରିଥିଲେ । ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନ ଘୋଷଣା କରିଛନ୍ତି ।
Next Post