ଲତାଜୀଙ୍କ ମୃତ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଅନେକ ସେଲିବ୍ରେଟି

ନୂଆଦିଲ୍ଲୀ : ଲତାଜୀଙ୍କ ମୃତ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଅନେକ ସେଲିବ୍ରେଟି । କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି ଯେ, ସ୍ୱର ସମ୍ରାଜ୍ଞୀ ଲତା ମଙ୍ଗେଶକରଙ୍କ ମୃତ୍ୟୁ ମତେ ସ୍ତବ୍ଧ କରି ଦେଇଛି । ଯୁଗ ଯୁଗ ଧରି ଲତାଜୀ ପ୍ରେମରଣାଦାୟୀ ହୋଇ ରହିବେ । ସେହିପରି ବହୁଜନ ସମାଜବାଦୀ ପାର୍ଟି ସୁପ୍ରିମୋ ମାୟାବତୀ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲତାଜୀଙ୍କୁ ଶ୍ରଦ୍ଧାଂଜଳି ଅର୍ପଣ କରି ତାଙ୍କ ଅସଂଖ୍ୟ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.