ଏକୀକୃତ ପେନ୍‌ସନ୍‌ ଯୋଜନା (ୟୁପିଏସ)କୁ କ୍ୟାବିନେଟ୍‌ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଆଜି ଏକୀକୃତ ପେନସନ୍‌ ଯୋଜନା (ୟୁପିଏସ୍‌)କୁ ମଞ୍ଜୁରି ମିଳିଛି
ୟୁପିଏସ୍‌ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ ହେଲା :
୧. ସୁନିଶ୍ଚିତ ପେନ୍‌ସନ୍‌ : ୨୫ ବର୍ଷର ସର୍ବନିମ୍ନ ଯୋଗ୍ୟତା ଅର୍ଜନକାରୀ ସେବା ଅବଧି ପାଇଁ ଅବସର ପୂର୍ବର ୧୨ ମାସରେ ମିଳିଥିବା ହାରାହାରୀ ମୂଳ ଦରମା ବା ବେସିକ୍‌ ପେ’ର ୫୦% ମିଳିବ । ଏହି ବେତନ ସର୍ବନିମ୍ନ ୧୦ ବର୍ଷର ଚାକିରି ଅବଧି ଠାରୁ ଆରମ୍ଭ କରି ୨୫ ବର୍ଷ ପର୍ଯ୍ୟନ୍ତ ସେବା ଅବଧି କ୍ଷେତ୍ରରେ ଆନୁପାତିକ ଭାବେ ମିଳିବ ।
୨. ସୁନିଶ୍ଚିତ ପାରିବାରିକ ପେନ୍‌ସନ୍‌ : ମୃତ୍ୟୁ ପୂର୍ବରୁ କର୍ମଚାରୀ ପାଉଥିବା ପେନ୍‌ସନ୍‌ର ୬୦ ପ୍ରତିଶତ ଦରରେ ପାରିବାରିକ ପେନସନ୍‌ ମିଳିବ ।
୩. ସୁନିଶ୍ଚିତ ସର୍ବନିମ୍ନ ପେନସନ୍‌ : ସର୍ବନିମ୍ନ ୧୦ ବର୍ଷ ଚାକିରି ଅବଧି ସାରି ଅବସର ନେବା ପରେ ମାସିକ ୧୦,୦୦୦ ଟଙ୍କା ।
୪. ମୁଦ୍ରାସ୍ଫିତୀ ଅନୁରୂପ ପେନ୍‌ସନ୍‌ ନିର୍ଦ୍ଧାରଣ : ସୁନିଶ୍ଚିତ ପେନ୍‌ସନ୍‌, ସୁନିଶ୍ଚିତ ପାରିବାରିକ ପେନସନ୍‌ ଓ ସୁନିଶ୍ଚିତ ସର୍ବନିମ୍ନ ପେନ୍‌ସନ୍‌ ଉପରେ । ସେବା କର୍ମଚାରୀଙ୍କ କ୍ଷେତ୍ରରେ ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ ଆଧାରରେ ମହଙ୍ଗା ସହାୟତା ।
୫. ଅବସର ପରେ ଗ୍ରାଚୁଇଟି ବ୍ୟତୀତ ଏକକାଳୀନ ରାଶି ।
ପ୍ରତ୍ୟେକ ସମ୍ପୂର୍ଣ୍ଣ ୬ ମାସ ସେବା ପାଇଁ ଅବସର ତାରିଖରେ ମିଳୁଥିବା ମାସିକ ପାରିଶ୍ରମିକ (ବେତନ+ଡିଏ)ର ୧/୧୦ ଭାଗ ମିଳିବ । ଏହି ରାଶି କାରଣରୁ ସୁନିଶ୍ଚିତ ପେନ୍‌ସନ୍‌ର ପରିମାଣ କମ୍‌ ହେବ ନାହିଁ ।

Leave A Reply

Your email address will not be published.

error: Content is protected !!