ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତାଙ୍କଠାରୁ ଟେଲିଫୋନ୍ କଲ୍ ପାଇଲେ ପ୍ରଧାନମନ୍ତ୍ରୀ

  • ଗଣତାନ୍ତ୍ରିକ, ସ୍ଥିର, ଶାନ୍ତିପୂର୍ଣ୍ଣ ତଥା ପ୍ରଗତିଶୀଳ ବାଂଲାଦେଶ ପାଇଁ ଭାରତର ସମର୍ଥନକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ
  • ହିନ୍ଦୁ ତଥା ଅନ୍ୟ ସମସ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା ନିଶ୍ଚିତ କରିବାକୁ ଗୁରୁତ୍ୱାରୋପ କଲେ ପ୍ରଧାନମନ୍ତ୍ରୀ
  • ପ୍ରଫେସର ୟୁନୁସ୍ ବାଂଲାଦେଶର ହିନ୍ଦୁ ତଥା ସମସ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା ଓ ନିରାପତ୍ତା ସୁନିଶ୍ଚିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଏହି ଆହ୍ୱାନ ସମୟରେ ପ୍ରଧାନମନ୍ତ୍ରୀ ଗଣତାନ୍ତ୍ରିକ, ସ୍ଥିର, ଶାନ୍ତିପୂର୍ଣ୍ଣ ତଥା ପ୍ରଗତିଶୀଳ ବାଂଲାଦେଶ ପାଇଁ ଭାରତର ସମର୍ଥନକୁ ନିଶ୍ଚିତ କରିଛନ୍ତି । ବିଭିନ୍ନ ବିକାଶମୂଳକ ପଦକ୍ଷେପ ମାଧ୍ୟମରେ ବାଂଲାଦେଶବାସୀଙ୍କୁ ସମର୍ଥନ କରିବାକୁ ସେ ଭାରତର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ବାଂଲାଦେଶର ହିନ୍ଦୁ ତଥା ଅନ୍ୟ ସମସ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି । ପ୍ରଫେସର ୟୁନୁସ ଏହା ମଧ୍ୟ କହିଛନ୍ତି ଯେ, ବାଂଲାଦେଶର ହିନ୍ଦୁ ତଥା ସମସ୍ତ ସଂଖ୍ୟାଲଘୁ ଗୋଷ୍ଠୀର ସୁରକ୍ଷା ଏବଂ ନିରାପତ୍ତାକୁ ମଧ୍ୟବର୍ତ୍ତୀକାଳୀନ ସରକାର ପ୍ରାଥମିକତା ଦେବେ । ଜାତୀୟ ପ୍ରାଥମିକତା ଅନୁଯାୟୀ ଦ୍ୱିପାକ୍ଷିକ ସମ୍ପର୍କକୁ ଆଗକୁ ନେବା ପାଇଁ ଦୁଇ ନେତା ମଧ୍ୟ ଆଲୋଚନା କରିଥିଲେ ।

Leave A Reply

Your email address will not be published.