oom

ଗଣତନ୍ତ୍ର ଦିବସ ପରେଡରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ

jsmm

ନୂଆଦିଲ୍ଲୀ : ଆସନ୍ତା ଜାନୁଆରୀ ମାସରେ ଅନୁଷ୍ଠିତ ହେବାକୁ ଥିବା ଗଣତନ୍ତ୍ର ଦିବସ ପରେଡରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବେ । ବ୍ରିଟେନର ବୈଦେଶିକ ସଚିବ ଡୋମିନିକ୍ ରାବ ଆଜି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କରଙ୍କ ସହ ଆଲୋଚନା କରିବା ପରେ ଏହା ଘୋଷଣା କରିଛନ୍ତି ।ଆଲୋଚନା ପରେ ମିଳିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଡକ୍ଟର ଏସ. ଜୟଶଙ୍କର କହିଛନ୍ତି ଯେ, ଉଭୟ ପକ୍ଷ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ଏବଂ ଦ୍ୱିପାକ୍ଷିକ ସମ୍ପର୍କକୁ କିପରି ଏକ ଉଚ୍ଚ ସ୍ତରକୁ ନିଆଯିବ ସେନେଇ ଧ୍ୟାନ ଦିଆଯାଇଛି ।

jittmm
Leave A Reply

Your email address will not be published.