oum

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ବାତ୍ୟା ମୁକାବିଲା ନେଇ କଥା ହେଲେ ପ୍ରଧାନମନ୍ତ୍ରୀ

jsm

ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ବାତ୍ୟା ମୁକାବିଲା ନେଇ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ । ବାତ୍ୟା ମୁକାବିଲା ପାଇଁ କେନ୍ଦ୍ର ସରକାର ସମସ୍ତ ସହାୟତା ପ୍ରଦାନ କରିବେ ବୋଲି ଦୃଢ ପ୍ରତିଶୃତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ପ୍ରଧାନମନ୍ତ୍ରୀ ଏକ ଟୁଇଟ କରି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟୁଇଟରେ ଲେଖିଛନ୍ତି ଯେ, ଓଡ଼ିଶାର କିଛି ଅଞ୍ଚଳରେ ବାତ୍ୟା ପରିସ୍ଥିତି ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ @Naveen_Odisha ଜୀଙ୍କ ସହ ଆଲୋଚନା କଲି । ଏହି ବିପତ୍ତିକୁ ସାମ୍ନା କରିବା ପାଇଁ ସବୁପ୍ରକାର ସାହାଯ୍ୟ ସହଯୋଗ କରିବା ପାଇଁ ଆଶ୍ୱସ୍ତ କଲି । ସମସ୍ତଙ୍କର କୁଶଳ ମଙ୍ଗଳ ଓ ସୁରକ୍ଷା ପାଇଁ ପ୍ରାର୍ଥନା ।

Leave A Reply

Your email address will not be published.