pakka

ଆସନ୍ତାକାଲି ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

bbehera

ନୂଆଦିଲ୍ଲୀ : ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଜୁଲାଇ ୧୮ରେ ହେବାକୁ ଥିବା ଏହି ନିର୍ବାଚନ ପାଇଁ ଭାଜପା ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ପକ୍ଷରୁ ୟଶୱନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରାଯାଇଛି । ଆସନ୍ତାକାଲି ଅର୍ଥାତ୍‌ ଜୁନ୍‌ ୨୪ରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି ।
ସେହିପରି ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନା ଜୁନ ୨୭ରେ ନିଜର ନାମାଙ୍କନପତ୍ର ଦାଖଲ କରିବେ । ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ଭୋଟ ଗଣନା ଜୁଲାଇ ୨୧ରେ ହେବ ନାମାଙ୍କନ ପ୍ରକ୍ରିୟାର ଶେଷ ତାରିଖ ଜୁନ୍‌ ୨୯ ରହିଛି ।

jay balangir
Leave A Reply

Your email address will not be published.

5 + 5 =