ଦେଶରେ ଟିକାକରଣ କାର୍ଯ୍ୟକ୍ରମର ପ୍ରଗତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

  • ଚଳିତ ସପ୍ତାହରେ ଟିକାକରଣ ମାତ୍ରାରେ ପରିଲକ୍ଷିତ ବୃଦ୍ଧିରେ ପ୍ରଧାନମନ୍ତ୍ରୀଙ୍କ ସନ୍ତୋଷ ବ୍ୟକ୍ତ ଏବଂ ଏହି ମାତ୍ରାକୁ ଜାରି ରଖିବା ଗୁରୁତ୍ୱପୂର୍ଣ୍ଣ ବୋଲି ଗୁରୁତ୍ୱ ଆରୋପ କଲେ ଶ୍ରୀ ମୋଦୀ
  • ଏକଥା ସୁନିଶ୍ଚିତ କରିବାକୁ ହେବ ଯେ ଟେଷ୍ଟିଂ ମାତ୍ରାରେ ଯେଭଳି କମି ନଆସେ, ଯେହେତୁ ଯେକୌଣସି କ୍ଷେତ୍ରରେ ସଂକ୍ରମଣକୁ ନିୟନ୍ତ୍ରଣ କରିବା ନମନ୍ତେ ଟ୍ରାକିଂ ଏବଂ କଣ୍ଟେନମେଣ୍ଟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର: ପ୍ରଧାନମନ୍ତ୍ରୀ
  • ସମସ୍ତ ରାଷ୍ଟ୍ର, ଯେଉଁମାନେ ଆଗ୍ରହ ପ୍ରକଟ କରିଛନ୍ତି ଏବଂ ଭାରତର ପ୍ରଯୁକ୍ତି ସମୃଦ୍ଧ କୋୱିନ୍ ପ୍ଲାଟଫର୍ମର କାର୍ୟ୍ୟଦକ୍ଷତା ପ୍ରତି ଆସ୍ଥା ପ୍ରକଟ କରିଛନ୍ତି ସେମାନଙ୍କୁ ସହାୟତା କରିବା ନିମନ୍ତେ ପ୍ରୟାସ କରାଯିବା ଉଚିତ
  • ଗତ ୬ ଦିନ ମଧ୍ୟରେ ଦେଶରେ ୩.୭୭ କୋଟି ଡୋଜ୍ ଟିକା ପ୍ରଦାନ କରାଯାଇଛି ଯାହାକି ମାଲେସିଆ, ସାଉଦି ଆରବ ଏବଂ କାନାଡ଼ାର ମୋଟ ଜନସଂଖ୍ୟା ଠାରୁ ମଧ୍ୟ ଅଧିକ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ସହିତ ଦେଶରେ ଚାଲିଥିବା ଟିକାକରଣ ଏବଂ କୋଭିଡ଼ ପରିସ୍ଥିତି ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ସହିତ ଏହି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ସାମିଲ ହୋଇଥିବା ଅଧିକାରୀମାନେ ଶ୍ରୀ ମୋଦୀଙ୍କୁ ଦେଶରେ ଟିକାକରଣର ସଦ୍ୟତମ ସ୍ଥିତି ଓ ପ୍ରଗତି ସମ୍ପର୍କରେ ଅବଗତ କରାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଏ ସମ୍ପର୍କରେ ସବିଶେଷ ସୂଚନା ପ୍ରଦାନ କରି ଏହି ଅଧିକାରୀମାନେ ବିଭିନ୍ନ ଆୟୁବର୍ଗର ଲୋକମାନଙ୍କୁ କେତେ ମାତ୍ରାରେ ଟିକାକରଣ କରାଯାଇଛି ସେ ସମ୍ପର୍କରେ ଅବଗତ କରାଇଥିଲେ । ଏହା ସହିତ ସ୍ୱାସ୍ଥ୍ୟ କର୍ମୀ, ଛାମୁଆ ଯୋଦ୍ଧା ଏବଂ ବିଭିନ୍ନ ରାଜ୍ୟର ସାଧାରଣ ନାଗରିକମାନଙ୍କୁ କେତେ ସଂଖ୍ୟାରେ ଟିକାକରଣ କରାଯାଇଛି ତାହା ପ୍ରଧାନମନ୍ତ୍ରୀଙ୍କୁ ସୂଚାଯାଇଛି ।
ଏହି ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଆଗାମୀ ମାସମାନଙ୍କରେ ଟିକା ଯୋଗାଣ ସମ୍ପର୍କରେ ଅବଗତ କରାଇଛନ୍ତି ଏବଂ ଏହାର ଉତ୍ପାଦନ ବୃଦ୍ଧି ନିମନ୍ତେ ସରକାର ଗ୍ରହଣ କରୁଥିବା ପଦକ୍ଷେପ ବିଷୟରେ ମଧ୍ୟ ସୂଚୀତ କରିଛନ୍ତି ।
ସମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ଯେ ଗତ ୬ ଦିନ ମଧ୍ୟରେ ଦେଶରେ ୩.୭୭ କୋଟି ଲୋକଙ୍କୁ ଟିକା ଦିଆଯାଇଛି ଯାହାକି ମାଲେସିଆ, ସାଉଦି ଆରବ ଏବଂ କାନାଡ଼ାର ମୋଟ ଜନସଂଖ୍ୟା ଠାରୁ ସୁଦ୍ଧା ଅଧିକ। ସମୀକ୍ଷା ବୈଠକରେ ଆହୁରି ଆଲୋଚନା କରାଯାଇଥିଲା ଯେ ଦେଶର ୧୨୮ଟି ଜିଲ୍ଲାରେ ୪୫+ ବର୍ଷରୁ ଅଧିକ ଆୟୁବର୍ଗର ୫୦%ରୁ ଅଧିକ ନାଗରିକଙ୍କୁ ଟିକାକରଣ କରାଯାଇସାରିଛି ଏବଂ ୧୬ଟି ଜିଲ୍ଲାରେ ୪୫+ ଆୟୁ ବର୍ଗର ଲୋକଙ୍କ ଟିକାଦାନ ମାତ୍ରା ୯୦%ରୁ ମଧ୍ୟ ଅଧିକ ହୋଇସାରିଛି । ଦେଶରେ ଟିକାକରଣର ମାତ୍ରାରେ ଘଟିଥିବା ବୃଦ୍ଧିରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିବା ସହ ଏହି ମାତ୍ରାକୁ ଜାରି ରଖିବା ଜରୁରି ବୋଲି ପରାମର୍ଶ ଦେଇଛନ୍ତି ।
ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଦେଇଥିବା ସୂଚନା ଅନୁସାରେ ଲୋକମାନଙ୍କ ନିକଟରେ ଟିକାକରଣ ନିମନ୍ତେ ପହଞ୍ଚିବା ସକାଶେ ଅଭିନବ ଉପାୟମାନ ଅବଲମ୍ବନ ନିମନ୍ତେ ସେମାନେ ଏବେ ରାଜ୍ୟ ସରକାରମାନଙ୍କ ସହ ପରାମର୍ଶ କରୁଛନ୍ତି । ଅଭିନବ ଏନଜିଓ ତଥା ଅନ୍ୟାନ୍ୟ ସାମାଜିକ ଅନୁଷ୍ଠାନମାନଙ୍କୁ ଏହି କାର୍ୟ୍ୟରେ ସାମିଲ କରିବା ସକାଶେ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତିଯେ ରାଜ୍ୟମାନଙ୍କ ସହିତ ଘନିଷ୍ଠ ସହଯୋଗ ରକ୍ଷା ପୂର୍ବକ ଏହା ସୁନିଶ୍ଚିତ କରାଯିବା ଜରୁରି ଯେ ଟେଷ୍ଟିଂ ମାତ୍ରା ଯେଭଳି ହ୍ରାସ ନପାଏ । କାରଣ ଯେକୌଣସି କ୍ଷେତ୍ରରେ ସଂକ୍ରମଣକୁ ଆୟତ୍ତ କରିବା ସକାଶେ ଟ୍ରାକିଂ ଏବଂ କଣ୍ଟେନମେଣ୍ଟ ଏକାନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି ।
ଏହି ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତିଯେ କୋୱିନ୍ ପ୍ଲାଟଫର୍ମ ପ୍ରତି ଏବେ ବିଶ୍ୱବ୍ୟାପୀ ଆଗ୍ରହ ପ୍ରକାଶ ପାଇଛି । ପ୍ରଧାନମନ୍ତ୍ରୀ କହିଛନ୍ତିଯେ ଯେଉଁସବୁ ରାଷ୍ଟ୍ରମାନେ କୋୱିନ୍ ଭଳି ଭାରତର ଉନ୍ନତ ପ୍ରଯୁକ୍ତି ସାମର୍ଥ୍ୟ ପ୍ରତି ଆଗ୍ରହ ପ୍ରକଟ କରିଛନ୍ତି ସେମାନଙ୍କୁ ସହାୟତା ଯୋଗାଇ ଦିଆଯିବା ଆବଶ୍ୟକ ।

Leave A Reply

Your email address will not be published.

five + five =