oum

ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ : ୧ ଆତଙ୍କବାଦୀ ନିହତ

jsm

ନୂଆଦିଲ୍ଲୀ : ଜାମ୍ମୁ କାଶ୍ମୀରର ଶୋପିଆଁରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଅକ୍ଟୋବର ମାସରେ ଶୋପିଆଁର କାପରେନ ଚୌଧୁରୀଗୁଣ୍ଡ ଠାରୁ କିଛି କି.ମି ଦୂରରେ କାଶ୍ମୀର ପଣ୍ଡିତ ପୂରନ କୃଷ୍ଣ ଭଟ୍ଟଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଥିଲେ । ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାବାହିନୀକୁ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା । ଏହାପରେ ସୁରକ୍ଷାବାହିନୀ ଏଠାରେ ସର୍ଚ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଅଚାନକ ଆତଙ୍କବାଦୀମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ । ସୁରକ୍ଷାବାହିନୀ ଏହାର କଡ଼ା ଜବାବ ଦେଇଥିଲେ । ଏହି ଗୁଳି ବିନିମୟରେ ଜୈଶ-ଏ-ମହମ୍ମଦର ଜଣେ ଆତଙ୍କବାଦୀ ନିହତ ହୋଇଛି । ମୃତକ ଜଣଙ୍କ କାମରାନ ଭାଇ ଓରଫ ହନୀସ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.