ଅକ୍ଟୋବର ୨୯ରେ ରୋଜଗାର ମେଳା ଅଧିନରେ ସରକାରୀ ବିଭାଗ ଓ ସଂସ୍ଥାରେ ନୂଆ ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୯ ଅକ୍ଟୋବର ୨୦୨୪ ଦିନ ୧୦ଟା ୩୦ ମିନିଟ ସମୟରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନବନିଯୁକ୍ତ ଯୁବକ, ଯୁବତୀଙ୍କୁ ନିଯୁକ୍ତି ପତ୍ର ବିତରଣ କରିବେ । ଏହି ଅବସରରେ ମଧ୍ୟ ପ୍ରଧାନମନ୍ତ୍ରୀ ରୋଜଗାର ମେଳାକୁ ସମ୍ବୋଧିତ କରିବେ । ରୋଜଗାର ମେଳା ରୋଜଗାର ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହା ଯୁବପୀଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ଦେବା ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବା ସହ ସେମାନଙ୍କୁ ସଶକ୍ତ କରିବ । ସମଗ୍ର ଦେଶରେ ୪୦ଟି ବିଭିନ୍ନ ସ୍ଥାନରେ ରୋଜଗାର ମେଳାର ଆୟୋଜନ କରାଯିବ, ଯେଉଁଥିରେ ନୂଆ କର୍ମଚାରୀ କେନ୍ଦ୍ର ସରକାରଙ୍କର ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗ, ଯେପରିକି ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ମନ୍ତ୍ରଣାଳୟ, ରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଇତ୍ୟାଦି ସହ ସାମିଲ ହେବେ । ନବନିଯୁକ୍ତମାନେ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଉପଲବ୍ଧ ଅନଲାଇନ୍ ମଡ୍ୟୁଲ୍ ‘କର୍ମଯୋଗୀ ପ୍ରାରମ୍ଭ’ ମାଧ୍ୟମରେ ଭିତ୍ତିଭୂମି ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ । କର୍ମଯୋଗୀ ପୋର୍ଟାଲ୍ରେ ୧୪୦୦ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ ଯାହାକି ନୂଆ ନିଯୁକ୍ତମାନଙ୍କୁ ସେମାନଙ୍କ ଭୂମିକା ଅଧିକ ପ୍ରଭାବଶାଳୀ କରିବା ଏବଂ ବିକଶିତ ଭାରତ ନିର୍ମାଣ ଦିଗରେ କାର୍ଯ୍ୟ କରିବା ପାଇଁ ଅତ୍ୟାବଶ୍ୟକ କୌଶଳ ସହିତ ଅଧିକ ଦକ୍ଷ କରିବ ।

Leave A Reply

Your email address will not be published.