କେନ୍ଦୁଝରର କଣ୍ଢେଇ ନାଚର ସାଧକ ମାଗୁଣି କୁଅଁର ରାଷ୍ଟ୍ରପତିଙ୍କ ହାତରୁ ଗ୍ରହଣ କଲେ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ : ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ ବିଭୂଷଣ ଏବଂ ବିଶିଷ୍ଟ ଶିଳ୍ପପତି ତଥା ଆଦିତ୍ୟ ବିର୍ଲା ଗ୍ରୁପ୍ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି ।

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ମାଗୁଣି ଚରଣ କୁଅଁର । ୬ ଦଶନ୍ଧି ଧରି ବିଲୁପ୍ତପ୍ରାୟ କାଠ କଣ୍ଢେଇ ନାଚକୁ ବଞ୍ଚାଇ ରଖିବା କ୍ଷେତ୍ରରେ ମାଗୁଣି ଥିଲେ ଜଣେ ଧୁରିଣ ସାଧକ । ସେଥିପାଇଁ କେନ୍ଦୁଝରର ମାଗୁଣିଙ୍କୁ କଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମଶ୍ରୀରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Leave A Reply

Your email address will not be published.