ଭେଟେରାନ କଳାକାର ବିକ୍ରମ ଗୋଖଲେଙ୍କ ପରଲୋକ

ପୁଣେ : ହିନ୍ଦୀ ଏବଂ ମରାଠୀ ସିନେମାର ପ୍ରସିଦ୍ଧ ଅଭିନେତା ବିକ୍ରମ ଗୋଖଲେଙ୍କ ଦେହାନ୍ତ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଗତ ୫ ତାରିଖରେ ସ୍ଵାସ୍ଥ୍ୟାବସ୍ଥା ବିଗିଡିବାରୁ ପୁଣେର ପଣ୍ଡିତ ଦୀନାନାଥ ମଙ୍ଗେଶକର ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ସ୍ଵାସ୍ଥ୍ୟାବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରକୁ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ବିକ୍ରମଙ୍କ ମୃତ୍ୟୁ ଖବର ନେଇ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.

nine − one =