ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଗା‌ନ୍ଧୀନଗର : ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲ(୯୨)ଙ୍କ ପରଲୋକ ହୋଇଯାଇଛି । କିଛିଦିନ ଆଗରୁ ସେ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସା ପରେ ସୁସ୍ଥ ହୋଇଥିଲେ । ଆଜି ସକାଳେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅଳ୍ପ ସମୟ ମଧ୍ୟରେ ତାଙ୍କ ପ୍ରାଣହାନୀ ଘଟିଥିବା କୁହାଯାଇଛି । କେଶୁଭାଇଙ୍କ ମୃତ୍ୟୁରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ସହ କଥା ହୋଇ ସମବେଦନା ଜଣାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.