jsm

ଆଇଜର ବ୍ରହ୍ମପୁରର ନୂତନ ଛାତ୍ରାବାସର ଲୋକାର୍ପଣ କରିବା ସହ ନିର୍ମାଣ କାର୍ଯ୍ୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

csstore

• ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
• ଆଇଜର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କଲେ
• ଶିକ୍ଷାନୁଷ୍ଠାନ ପରିସରରେ ବୃକ୍ଷରୋପଣ କଲେ କେନ୍ଦ୍ରମନ୍ତ୍ରୀ

ବ୍ରହ୍ମପୁର, (ପିଆଇବି) : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର କନିଷି ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ(ଆଇଜର)ର ନୂତନ ଛାତ୍ରାବାସର ଲୋକାର୍ପଣ କରିବା ସହ କ୍ୟାମ୍ପସର ନିର୍ମାଣ କାର୍ଯ୍ୟ ଗୁଡ଼ିକୁ ପରଦର୍ଶନ କରିଛନ୍ତି । ଶ୍ରୀ ପ୍ରଧାନ ଶିକ୍ଷାନୁଷ୍ଠାନର ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରାଧ୍ୟାପକଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ଏହି ଶିକ୍ଷା କେନ୍ଦ୍ର ଅଭିନବ ଶିକ୍ଷା ପଦ୍ଧତିରେ ବିଜ୍ଞାନ ଶିକ୍ଷାକୁ ବଢ଼ାଇବା ସହ ପୂର୍ବାଞ୍ଚଳରେ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶିକ୍ଷାନୁଷ୍ଠାନ ପରିସରରେ ବୃକ୍ଷରୋପଣ କରିବା ସହ କ୍ୟାମ୍ପସରେ ବ୍ୟାପକ ଚାରାରୋପଣ କରିବାକୁ ପରାମର୍ଶ ଦେଇଥିଲେ ।

yuvodaya
Leave A Reply

Your email address will not be published.