ଭାରତ କ୍ରମାଗତ ଭାବେ ଦ୍ଵିତୀୟ ଦିନ ପାଇଁ ୬ ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରିଛି

• ସମୁଦାୟ ନମୁନା ପରୀକ୍ଷଣ ୨.୧୪ କୋଟିରୁ ଅଧିକ
• ନିୟୁତ ପିଛା ପରୀକ୍ଷା ସଂଖ୍ୟା ୧୫,୫୬୮କୁ ବୃଦ୍ଧି

ନୂଆଦିଲ୍ଲୀ, (ପିଆଇବି) : ଭାରତ କ୍ରମାଗତ ଭାବେ ଦ୍ଵିତୀୟ ଦିନ ପାଇଁ ୬ ଲକ୍ଷରୁ ଅଧିକ କରୋନା ନମୁନା ପରୀକ୍ଷା କରିଛି । କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୬,୧୯,୬୫୨ ନମୁନା ପରୀକ୍ଷଣ କରାଯାଇଥିବା ବେଳେ ମୋଟ ପରୀକ୍ଷା ସଂଖ୍ୟା ୨,୧୪,୮୪,୪୦୨ରେ ପହଞ୍ଚିଛି । ନିୟୁତ ପିଛା ପରୀକ୍ଷା ସଂଖ୍ୟା ଦ୍ରୁତ ଗତିରେ ୧୫,୫୬୮କୁ ବୃଦ୍ଧି ପାଇଛି । ପରୀକ୍ଷା, ଚିହ୍ନଟ ଓ ଚିକିତ୍ସା ପଦ୍ଧତିକୁ ଉପଯୋଗ କରି ନମୁନା ପରୀକ୍ଷଣ ଲାଗି ପରୀକ୍ଷାଗାର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ୯୨୦ଟି ସରକାରୀ ଓ ୪୪୬ଟି ଘରୋଇ ଏହିପରି ମୋଟ ୧୩୬୬ଟି ପରୀକ୍ଷାଗାରରେ ନମୁନା ପରୀକ୍ଷା କରାଯାଉଛି ।
କୋଭିଡ୍‌ ଜନିତ ସମସ୍ତ ପ୍ରକାର ବୈଷୟିକ ପ୍ରସଙ୍ଗରେ ନିର୍ଭୁଲ ଏବଂ ସର୍ବଶେଷ ତଥ୍ୟ, ନିର୍ଦେଶାବଳୀ ଓ ପରାମର୍ଶ ପାଇଁ ଭିଜିଟ୍‌ କରନ୍ତୁ: https://www.mohfw.gov.in/ and @MoHFW_INDIA ।
କୋଭିଡ୍‌ ସଂକ୍ରାନ୍ତ ବୈଷୟିକ ପ୍ରଶ୍ନ ପଠାଇବା ପାଇଁ [email protected] ଏବଂ ଅନ୍ୟାନ୍ୟ ପ୍ରଶ୍ନ [email protected] and @CovidIndiaSeva ।
କୋଭଡ-୧୯ ସଂକ୍ରାନ୍ତ କୌଣସି ପ୍ରଶ୍ନ ମଧ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟର ହେଲ୍‌ପଲାଇନ ନଂ: +୯୧-୧୧୨୩୯୭୮୦୪୬ କିମ୍ବା ୧୦୭୫ (ନିଃଶୁଳ୍କ)କୁ ପଚରା ଯାଇପାରିବ ।
ରାଜ୍ୟଗୁଡିକର ହେଲ୍‌ପଲାଇନ ନଂ: https://www.mohfw.gov.in/pdf/ coronvavirushelplinenumber.pdf ରେ ଉପଲବ୍ଧ ।

Leave A Reply

Your email address will not be published.