୫୩ତମ ଆଇଏଫଏଫଆଇ ସମସ୍ତ ପ୍ରତିନିଧିଙ୍କୁ ଅନନ୍ୟ ସିନେମା ଅନୁଭୂତି ପ୍ରଦାନ କରିବ : ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଆଇଏଫ୍ଏଫ୍ଆଇର ୫୩ତମ ସଂସ୍କରଣର ସଫଳତା ପାଇଁ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି ।

ଏସିଆର ଅନ୍ୟତମ ପୁରାତନ ଚଳଚ୍ଚିତ୍ର ମହୋତ୍ସବର ଆୟୋଜକ ତଥା ଅଂଶଗ୍ରହଣକାରୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇ ରାଷ୍ଟ୍ରପତି ଅନ୍ତର୍ଜାତୀୟ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଆଇଏଫ୍ଏଫ୍ଆଇର ଅବଦାନକୁ ସୂଚିତ କରିଛନ୍ତି । ଏପରି କରିବା ଦ୍ୱାରା, ଚଳଚ୍ଚିତ୍ର ମହୋତ୍ସବ ଦକ୍ଷିଣ ଏସିଆର ଏକ ଗୁରୁତ୍ୱପୂର୍ଣ୍ଣ ଯୋଗାଯୋଗ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିଆସୁଛି, ଚଳଚ୍ଚିତ୍ର ନିର୍ମାତା, କଳାକାର, ଶିଳ୍ପ ବିଶେଷଜ୍ଞ ଏବଂ ସିନେମାପ୍ରେମୀମାନଙ୍କୁ ମତ ବିନିମୟ ଏବଂ ସେମାନଙ୍କର ସମୃଦ୍ଧ ଅନୁଭୂତି ବାଣ୍ଟିବାକୁ ସକ୍ଷମ କରାଏ ବୋଲି ରାଷ୍ଟ୍ରପତି କହିଛନ୍ତି ।
ରାଷ୍ଟ୍ରପତି ଦର୍ଶାଇଛନ୍ତି ଯେ ସିନେମାର ମୂଲ୍ୟ ସୃଜନଶୀଳତା ଏବଂ ମନୋରଞ୍ଜନର ମାଧ୍ୟମ । ସିନେମା ଏକ ମାଧ୍ୟମ ଯାହା ଦୃଶ୍ୟ, ଶବ୍ଦ ଏବଂ କାହାଣୀ କୌଶଳକୁ ଏକ ଗତିଶୀଳତା ପ୍ରଦାନ କରେ । ରାଷ୍ଟ୍ରପତି କହିଛନ୍ତି ଯେ ସେ ନିଶ୍ଚିତ ଯେ ଆଇଏଫ୍ଏଫ୍ଆଇର ୫୩ ତମ ସଂସ୍କରଣ ସମସ୍ତ ଉତ୍ସବର ପ୍ରତିନିଧିଙ୍କ ପାଇଁ ଅନନ୍ୟ ସିନେମା ଅନୁଭୂତି ପ୍ରଦାନ କରିବ ।

Leave A Reply

Your email address will not be published.