jayashree

ନଭେମ୍ବର ୨୪ରେ ‘ଓଡ଼ିଶା ପର୍ବ ୨୦୨୪’ ରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୪ ତାରିଖ ଅପରାହ୍ଣ ପ୍ରାୟ ସାଢ଼େ ପାଞ୍ଚଟାରେ ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ଏକ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଓଡ଼ିଶା ପର୍ବ ହେଉଛି ନୂଆଦିଲ୍ଲୀର ଏକ ଟ୍ରଷ୍ଟ, ଓଡ଼ିଆ ସମାଜ ଦ୍ୱାରା ପରିଚାଳିତ ଏକ ପ୍ରମୁଖ କାର୍ଯ୍ୟକ୍ରମ । ଏହା ମାଧ୍ୟମରେ ସେମାନେ ଓଡ଼ିଆ ଐତିହ୍ୟର ସଂରକ୍ଷଣ ଏବଂ ପ୍ରୋତ୍ସାହନ ଦିଗରେ ମୂଲ୍ୟବାନ ସମର୍ଥନ ପ୍ରଦାନ କରିବାରେ ନିୟୋଜିତ ହୋଇଛନ୍ତି । ଏହି ପରମ୍ପରାକୁ ବଜାୟ ରଖି ଚଳିତ ବର୍ଷ ଓଡ଼ିଶା ପର୍ବ ନଭେମ୍ବର ୨୨ ରୁ ୨୪ ପର୍ଯ୍ୟନ୍ତ ଆୟୋଜିତ ହେଉଛି । ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ଏହା ଓଡ଼ିଶାର ସମୃଦ୍ଧ ଐତିହ୍ୟ ଏବଂ ରାଜ୍ୟର ଜୀବନ୍ତ ସାମାଜିକ, ସାଂସ୍କୃତିକ ଓ ରାଜନୈତିକ ଜୀବନଶୈଳୀକୁ ପ୍ରଦର୍ଶିତ କରିବ । ବିଭିନ୍ନ କ୍ଷେତ୍ରର ପ୍ରମୁଖ ବିଶେଷଜ୍ଞ ଏବଂ ବିଶିଷ୍ଟ ପେସାଦାରଙ୍କ ଦ୍ୱାରା ଏକ ଜାତୀୟ ସେମିନାର ବା ସମ୍ମିଳନୀ ମଧ୍ୟ ଆୟୋଜନ କରାଯିବ ।

Leave A Reply

Your email address will not be published.