ରାଷ୍ଟ୍ରପତି ପୁଟିନଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

  • ସେମାନେ ଦ୍ୱିପାକ୍ଷିକ ସ୍ୱତନ୍ତ୍ର ଏବଂ ରଣନୈତିକ ଭାଗିଦାରୀକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ରୋଡମ୍ୟାପ ବିକଶିତ କରିବାକୁ ରାଜି ହୋଇଛନ୍ତି
  • ପ୍ରଧାନମନ୍ତ୍ରୀ ୨୦୨୪ରେ ଋଷର ବ୍ରିକ୍ସ ଅଧ୍ୟକ୍ଷତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ମହାମହିମ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି । ଉଭୟ ନେତା ନିକଟରେ ଦୁଇ ଦେଶ ମଧ୍ୟରେ ହୋଇଥିବା ଉଚ୍ଚସ୍ତରୀୟ ବିଷୟରେ ଦ୍ୱିପାକ୍ଷିକ ସହଯୋଗର ଅନେକ ପ୍ରସଙ୍ଗର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ । ସେମାନେ ଦ୍ୱିପାକ୍ଷିକ ସମ୍ପର୍କର ବିକାଶକୁ ସକାରାତ୍ମକ ଭାବରେ ଆକଳନ କରିଥିଲେ ଏବଂ ଭାରତ-ରୁଷିଆ ସ୍ୱତନ୍ତ୍ର ଏବଂ ରଣନୈତିକ ଭାଗିଦାରୀକୁ ଅଧିକ ସୁଦୃଢ଼ କରିବା ପାଇଁ ଭବିଷ୍ୟତ ପଦକ୍ଷେପ ପାଇଁ ଏକ ରୋଡମ୍ୟାପ୍ ବିକଶିତ କରିବାକୁ ରାଜି ହୋଇଥିଲେ । ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ ।
ପ୍ରଧାନମନ୍ତ୍ରୀ ୨୦୨୪ ରେ ବ୍ରିକ୍ସରେ ରୁଷିଆର ଅଧ୍ୟକ୍ଷତା ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଭାରତର ସମ୍ପୂର୍ଣ୍ଣ ସମର୍ଥନ ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଦୁଇ ନେତା ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ ।

Leave A Reply

Your email address will not be published.

5 × 4 =

error: Content is protected !!