ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଆଜି ରାଷ୍ଟ୍ରପତିଙ୍କର ବାଇପାସ୍ ସର୍ଜରୀ

ନୂଆଦିଲ୍ଲୀ : ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ବାଇପାସ୍ ସର୍ଜରୀ ହେବ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅସ୍ତ୍ରୋପଚାର କରିବେ ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଷୋୟୀ ନେଇ ସୂଚନା ରହିଛି । ସୂଚନା ଅନୁସାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗତ ୨୬ ତାରିଖରେ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରି ହଠାତ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ପ୍ରଥମେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ତେବେ ପରେ ଅଧିକ ଚିକିତ୍ସା ପାଇଁ ତା’ ପରଦିନ ରାଷ୍ଟ୍ରପତିଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଦୁଇ ଦିନର ନିରୀକ୍ଷଣ ପରେ ବାଇପାସ୍ ସର୍ଜରୀ କରିବା ଲାଗି ଏମ୍ସ ଡାକ୍ତର ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.

error: Content is protected !!