pakka

ରୁଷ ରାଷ୍ଟ୍ରପତି ମାନ୍ୟବର ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

bbehera

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମାନ୍ୟବର ଭ୍ଲାଦିମିର ପୁଟିନଙ୍କ ସହ ଫୋନରେ କଥା ହୋଇଛନ୍ତି । ୟୁକ୍ରେନ ପରିସ୍ଥିତି ଉପରେ ଦୁଇ ନେତା ଆଲୋଚନା କରିଥିଲେ । ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ବୁଝାମଣାର ସ୍ଥିତି ସମ୍ପର୍କରେ ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସୂଚନା ଦେଇଛନ୍ତି । ରୁଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବୁଝାମଣାକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଛନ୍ତି ଏବଂ ଏହି ବିବାଦର ସମାଧାନ ହୋଇଯିବ ବୋଲି ଆଶା ପ୍ରକଟ କରିଛନ୍ତି । ରାଷ୍ଟ୍ରପତି ପୁଟିନ ଏବଂ ରାଷ୍ଟ୍ରପତି ଜେଲେନସ୍କିଙ୍କ ମଧ୍ୟରେ ପ୍ରତ୍ୟକ୍ଷ ବାର୍ତ୍ତାଳାପ ଶାନ୍ତି ପ୍ରୟାସରେ ସହାୟକ ହୋଇପାରେ ବୋଲି ସେ ମତ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏବେ ମଧ୍ୟ ସୁମିରେ ଅବଶିଷ୍ଟ ଭାରତୀୟ ଛାତ୍ରମାନଙ୍କ ସୁରକ୍ଷା ଏବଂ ନିରାପତ୍ତା ପାଇଁ ଗଭୀର ଚିନ୍ତା ପ୍ରକଟ କରିଥିଲେ । ଭାରତୀୟ ଛାତ୍ରଙ୍କ ସମେତ ସାଧାରଣ ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ମାନବ କରିଡର ସହ ଜଡିତ ପଦକ୍ଷେପ ସମ୍ପର୍କରେ ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି ।

jay balangir
Leave A Reply

Your email address will not be published.

two × 4 =

error: Content is protected !!