କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ସାକ୍ଷାତ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହାନ୍ତ

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହାନ୍ତଙ୍କ ସହିତ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ପ୍ରଧାନ ଏହି ସାକ୍ଷାତ ଅବସରରେ ସ୍ନେହପୂର୍ଣ୍ଣ ମାର୍ଗଦର୍ଶନ ପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଆଗାମୀ ଦିନରେ ମୟୂରଭଞ୍ଜ ଏବଂ ଓଡ଼ିଶାବାସୀଙ୍କ କଲ୍ୟାଣ, ବିଶେଷ କରି ମହିଳା, ଜନଜାତି ଓ ପଛୁଆ ବର୍ଗଙ୍କ କଲ୍ୟାଣ ପାଇଁ ଏକାଠି କାମ କରିବା ନେଇ ଶ୍ରୀ ପ୍ରଧାନ ତାଙ୍କ ସଂକଳ୍ପକୁ ଦୋହରାଇଛନ୍ତି । ସାକ୍ଷାତ ଅବସରରେ କଟକ ସାଂସଦ ଭର୍ତ୍ତୃହରି ମହତାବ, ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.