ଅଗଷ୍ଟ ୨୫ତାରିଖ ଦିନ ସ୍ମାର୍ଟ ଇଣ୍ଡିଆ ହାକାଥନ

  • ୨୦୨୨ର ଭବ୍ୟ ଉଦ୍ୟାପନ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ
  • ଭବ୍ୟ ସମାରୋହରେ ଦେଶର ୭୫ଟି କେନ୍ଦ୍ରରୁ ୧୫ହଜାରରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ
  • ଉଦ୍ୟାପନୀ ସମାରୋହରେ ୨୯୦୦ ବିଦ୍ୟାଳୟ ୨୨୦୦ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନର ଛାତ୍ରଛାତ୍ରୀ ୫୩ଟି କେନ୍ଦ୍ରୀୟ ମନ୍ତ୍ରଣାଳୟର ୪୭୬ଟି ସମସ୍ୟାବଳୀର ସମାଧାନ ସୂତ୍ର ଖୋଜିବେ
  • ସ୍ମାର୍ଟ ଇଣ୍ଡିଆ ହାକାଥନ ଗୁଡିକ ନବୋନ୍ମୋଷ ସଂସ୍କୃତି ଓ ଯୁବ ମାନସ ମଧ୍ୟରେ ସମସ୍ୟା ସମାଧାନ କୌଶଳ ବୃଦ୍ଧି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାନ୍ତି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ତାରିଖ ରାତି ଆଠଟା ବେଳେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍ୟାପନୀ ସମାରୋହକୁ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ସମ୍ବୋଧନ କରିବେ ।

ବିଶେଷକରି ଯୁବ ମାନସ ମଧ୍ୟରେ ନବୋନ୍ମୋଷର ଉତ୍ସାହ ଜାଗ୍ରତ କରିବା ପ୍ରଧାନମନ୍ତ୍ରୀଙ୍କ ନିରବଚ୍ଛିନ୍ନ ଉଦ୍ୟମ ହୋଇ ରହି ଆସିଛି । ଏହାକୁ ଆଖି ଆଗରେ ରଖି ସ୍ମାର୍ଟ ଇଣ୍ଡିଆ ହାକାଥନ (ଏସଆଇଏଚ) ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା । ଏସଆଇଏଚ୍ ଏକ ଦେଶବ୍ୟାପୀ ପଦକ୍ଷେପ ଯେଉଁଥିରେ କି ଛାତ୍ରଛାତ୍ରୀମାନେ ସମାଜ, ସଂଗଠନ ଓ ସରକାର ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସୁଯୋଗ ପାଇଥାନ୍ତି । ଏଗୁଡ଼ିକ ନବୋନ୍ମୋଷ ସଂସ୍କୃତିର ପରିଚାଳନା, ସମସ୍ୟା ସମାଧାନ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁସନ୍ଧାନ କୌଶଳ ବୃଦ୍ଧି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି ।

ଏସଆଇଏଚର ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏସଆଇଏଚରେ ପଞ୍ଜିକୃତ ହେଉଥିବା ଦଳଗୁଡିକର ଚାରିଗୁଣ ବୃଦ୍ଧି ଏହାର ପ୍ରମାଣ । ପ୍ରଥମ ସଂସ୍କରଣରେ ୭୫୦୦ ଦଳ ଭାଗ ନେଇଥିବାବେଳେ ଚଳିତ ପଞ୍ଚମ ସଂସ୍କରଣରେ ଏହା ୨୯, ୬୦୦କୁ ବୃଦ୍ଧି ପାଇଛି ।

ଏହି ବର୍ଷ ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଓ ସେମାନଙ୍କ ପୃଷ୍ଠପୋଷକ ୨୦୨୨ ଏସଆଇଏଚର ଭବ୍ୟ ସମାରୋହରେ ଯୋଗଦେବା ପାଇଁ ୭୫ଟି ଏହାର ମୁଖ୍ୟ କେନ୍ଦ୍ରଗୁଡିକୁ ଯାତ୍ରା କରିଛନ୍ତି । ୨୯୦୦ ବିଦ୍ୟାଳୟ ଓ ୨୨୦୦ ଉଚ୍ଚଶିକ୍ଷା ଅନୁଷ୍ଠାନର ଛାତ୍ରଛାତ୍ରୀ ୫୩ଟି ମନ୍ତ୍ରଣାଳୟର ୪୭୬ଟି ବିଭିନ୍ନ ସମସ୍ୟାର ସମାଧାନ କରିବେ । ଏଥିରେ ମନ୍ଦିର ଗାତ୍ରରେ ଖୋଦେଇ ଶିଳାଲିପିର ଅପ୍ଟିକାଲ କ୍ୟାରେକ୍ଟର ରେକଗନିସନ(ଓସିଆର) ଓ ଦେବନାଗରୀ ଲିପିରେ ଅନୁବାଦ ଓ ନଷ୍ଟ ହୋଇଯାଉଥିବା ସାମଗ୍ରୀର ରକ୍ଷଣାବେକ୍ଷଣ ସୂତ୍ର, ପାହାଡ ଉପତ୍ୟକାର ଥ୍ରୀଡି ମଡେଲ ହାଇ ରିଜୋଲେସନ, ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ ଭିତ୍ତିଭୂମି ଓ ରାସ୍ତା ଅବସ୍ଥା ଇତ୍ୟାଦି ଅନ୍ତର୍ଭୁକ୍ତ ।

ଚଳିତବର୍ଷ ସ୍ମାର୍ଟ ଇଣ୍ଡିଆ ହାକାଥନ-ଜୁନିୟର ମଧ୍ୟ ପ୍ରଦର୍ଶିତ ହୋଇଛି । ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନବୋନ୍ମେଷ ସଂସ୍କୃତି ଓ ବିଦ୍ୟାଳୟସ୍ତରରେ ସମସ୍ୟା ସମାଧାନ ନେଇ ଦକ୍ଷ ହେବା ବା ଶିଖିବା ଏହାର ଉଦ୍ଦେଶ୍ୟ ।

Leave A Reply

Your email address will not be published.