କୋଭିଡ-୧୯ ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

  • ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି ୨୯.୧୦ କୋଟି ଡୋଜରୁ ଅଧିକ ଟିକା
  • ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି ୩.୦୬ କୋଟିରୁ ଅଧିକ ଡୋଜ

ନୂଆଦିଲ୍ଲୀ, (ପିଆଇବି) : ଦେଶବ୍ୟାପୀ ଟିକାକରଣ ଅଭିଯାନର ଏକ ଅଂଶସ୍ୱରୂପ ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ସହାୟତା ରୂପେ ମାଗଣାରେ କୋଭିଡ ଟିକା ଯୋଗାଇ ଦେଉଛନ୍ତି । ଏଥିସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଯେପରି ସିଧାସଳଖ ଟିକା କ୍ରୟ କରିପାରିବେ ସେନେଇ ମଧ୍ୟ ଭାରତ ସରକାର ସୁବିଧା କରାଇଛନ୍ତି । ଟିକାକରଣ, ପରୀକ୍ଷଣ, ଚିହ୍ନଟ, ଚିକିତ୍ସା ଓ କୋଭିଡ ନିୟମାବଳୀ ପାଳନ ମହାମାରୀ ନିୟନ୍ତ୍ରଣ ଓ ପରିଚାଳନା ପାଇଁ ଭାରତ ସରକାରଙ୍କ ବିସ୍ତୃତ ରଣନୀତିର ଅଂଶବିଶେଷ ।
କୋଭିଡ-୧୯ ଟିକାକରଣର ଉଦାର ଓ ତ୍ୱରିତ ପର୍ୟ୍ୟାୟ-୩ ମେ ୦୧, ୨୦୨୧ରୁ ଆରମ୍ଭ ହୋଇଛି ।
ଏହି ରଣନୀତି ଅନୁଯାୟୀ, ଭାରତ ସରକାର ପ୍ରତ୍ୟେକ ମାସରେ କେନ୍ଦ୍ରୀୟ ଔଷଧ ଗବେଷଣାଗାର (ସିଡିଏଲ) ମଞ୍ଜୁରି ପ୍ରାପ୍ତ ଯେକୌଣସି ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ଟିକାର ୫୦% କ୍ରୟ କରିବେ । ଭାରତ ସରକାର ପୂର୍ବଭଳି ଏହି ଟିକାର ଡୋଜ ଗୁଡ଼ିକୁ ବିନା ମୂଲ୍ୟରେ ରାଜ୍ୟ ସରକାରମାନଙ୍କୁ ଯୋଗାଇ ଦେବେ ।
ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ ୨୯.୧୦ କୋଟି ଡୋଜରୁ ଅଧିକ (୨୯,୧୦,୫୪,୦୫୦) ଟିକା ଉପଲବ୍ଧ କରାଇଛନ୍ତି ।
ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ୨୬,୦୪,୧୯,୪୧୨ ଡୋଜ ଟିକା (ଆଜି ସକାଳ ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।
ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ ୩.୦୬ କୋଟି (୩,୦୬,୩୪,୬୩୮) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।
ଏହା ବ୍ୟତୀତ, ବର୍ତ୍ତମାନ ୨୪,୫୩,୦୮୦ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ ।

Leave A Reply

Your email address will not be published.