ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସୋନିଆ ଗାନ୍ଧୀଙ୍କ ସମେତ ବହୁ ନେତା ରାଜଘାଟରେ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ : ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ତମ ଜୟନ୍ତୀ ଆଜି ପାଳନ କରାଯାଉଛି । ସାରା ଦେଶରେ ବାପୁଙ୍କ ସ୍ମୃତିରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟ ପହଞ୍ଚି ମହାତ୍ମାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଆଉ କେତେ ଜଣ ନେତା ମଧ୍ୟ ରାଜଘାଟ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସର୍ବପ୍ରଥମେ କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖର୍ଗେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହା ବ୍ୟତୀତ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ରାଜଘାଟରେ ବାପୁଙ୍କ ସ୍ମୃତିରେ ସର୍ବଧର୍ମ ପ୍ରାର୍ଥନା ସଭାର ଆୟୋଜନ କରାଯାଇଛି ।

Leave A Reply

Your email address will not be published.