lika

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଇଣ୍ଡିଆ ଗେଟ୍‌ରେ ସ୍ଥାପନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍ କରି ଘୋଷଣା କଲେ

gbag

ନୂଆଦିଲ୍ଲୀ : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଇଣ୍ଡିଆ ଗେଟ୍‌ରେ ସ୍ଥାପନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଏକ ଟୁଇଟ୍‌ରେ ଏହି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ଟୁଇଟ୍ ବାର୍ତ୍ତାରେ କହିଛନ୍ତି ଯେ, ଯେଉଁ ସମୟରେ ସମଗ୍ର ଦେଶ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜନ୍ମ ବାର୍ଷିକୀ ପାଳନ କରିବାକୁ ଯାଉଛନ୍ତି, ସେତେବେଳେ ମୁଁ ଖୁସି ଯେ ଭାରତରେ ଗ୍ରାନାଇଟ୍ ଦ୍ୱାରା ନିର୍ମିତ ଏକ ବିଶାଳ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ । ଇଣ୍ଡିଆ ଗେଟ୍‌ ନେତାଜୀଙ୍କ ପ୍ରତି ଭାରତର କୃତଜ୍ଞତାର ପ୍ରତୀକ ହେବ । ସୂଚନାଯୋଗ୍ୟ ଯେ, ଜାନୁଆରୀ ୨୩ ହେଉଛି ନେଟାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ । ତାଙ୍କର ୧୨୫ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୩ ଜାନୁଆରୀରେ ଏହି ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବେ । ମୂଳ ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ପର୍ଯ୍ୟନ୍ତ, ନେତାଜୀଙ୍କ ଏକ ହୋଲୋଗ୍ରାମ ପ୍ରତିମୂର୍ତ୍ତି ଇଣ୍ଡିଆ ଗେଟ୍‌ରେ ଉପସ୍ଥିତ ରହିବ ।

babaa
Leave A Reply

Your email address will not be published.