pakka

କୋଭିଡ-୧୯ ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

bbehera
  • ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି ୩୦.୫୪ କୋଟି ଡୋଜରୁ ଅଧିକ ଟିକା
  • ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି ୧.୫୦ କୋଟିରୁ ଅଧିକ ଡୋଜ

ନୂଆଦିଲ୍ଲୀ, (ପିଆଇବି) : ସାରା ଦେଶରେ କୋଭିଡ-୧୯ ଟିକାକରଣକୁ ତ୍ୱରାନ୍ୱିତ କରିବା ଏବଂ ଏହାର ପରିସରକୁ ବ୍ୟାପକ କରିବା ଦିଗରେ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ । ଜୁନ ୨୧, ୨୦୨୧ରୁ ସାର୍ବଜନୀନ କୋଭିଡ-୧୯ ଟିକାକରଣର ନୂତନ ପର୍ୟ୍ୟାୟ ଆରମ୍ଭ ହୋଇଛି । ଏହି ଟିକାକରଣ ଅଭିଯାନ ଅଧିକ ସଂଖ୍ୟକ ଟିକା ଉପଲବ୍ଧତା, ଉତ୍ତମ ଯୋଜନା ପ୍ରସ୍ତୁତି ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ନିକଟରେ ଅଧିକ ସଂଖ୍ୟକ ଟିକା ଉପଲବ୍ଧ ହେବା ଏବଂ ଟିକା ଯୋଗାଣ ଶୃଙ୍ଖଳକୁ ବ୍ୟବସ୍ଥିତ କରିବା ଜରିଆରେ ଗତିଶୀଳ କରାଯାଇଛି ।
ଦେଶବ୍ୟାପୀ ଟିକାକରଣ ଅଭିଯାନର ଅଂଶବିଶେଷ ସ୍ଵରୂପ, ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ସଂପୂର୍ଣ୍ଣ ମାଗଣାରେ କୋଭିଡ ଟିକା ଯୋଗାଇଦେବାରେ ସହାୟତା କରୁଛନ୍ତି । ନୂତନ ପର୍ୟ୍ୟାୟ ସାର୍ବଜନୀନ କୋଭିଡ-୧୯ ଟିକାକରଣ ଅଭିଯାନରେ କେନ୍ଦ୍ର ସରକାର ଦେଶର ଟିକା ଉତ୍ପାଦନକାରୀମାନଙ୍କ ଠାରୁ ୭୫ ପ୍ରତିଶତ ଟିକା କ୍ରୟ କରି ସେଗୁଡିକୁ ସଂପୂର୍ଣ୍ଣ ମାଗଣାରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଯୋଗାଇ ଦେଉଛନ୍ତି ।
ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ ୩୧.୧୭ କୋଟି ଡୋଜରୁ ଅଧିକ (୩୧,୧୭,୦୧,୮୦୦) ଟିକା ଉପଲବ୍ଧ କରାଇଛନ୍ତି ।
ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ୨୯,୭୧,୮୦,୭୩୩ ଡୋଜ ଟିକା (ଆଜି ସକାଳ ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।
ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ ୧.୪୫ କୋଟି (୧,୪୫,୨୧,୦୬୭) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।
ଏହା ବ୍ୟତୀତ, ବର୍ତ୍ତମାନ ୧୯,୧୦,୬୫୦ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ ।

jay balangir
Leave A Reply

Your email address will not be published.

19 − four =

error: Content is protected !!