ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟରେ ତେଜସ୍ୱୀ ଶିବିରରେ ଖୁସିର ମାହୋଲ

ପାଟନା : ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟରେ ତେଜସ୍ୱୀ ଖୁସ୍‌ ଅଛ‌ନ୍ତି । ବିଜେପି ଓ ଜେଡିୟୁ ସରକାର ଗାଦିଚ୍ୟୁତ ହେବ ଓ ଆରଜେଡି ନେତା ତେଜସ୍ୱୀ ଯାଦବଙ୍କ ନେତୃତ୍ୱରେ ଗଠିତ ମହାଗଠବନ୍ଧନ ବିହାରରେ ସରକାର ଗଠନ କରିବ ବୋଲି ଏକଜିଟ ପୋଲ ଫଳାଫଳରୁ ସ୍ପଷ୍ଟ ହୋଇଥିବା ବେଳେ ତେଜସ୍ୱୀ ଶିବିରରେ ଖୁସିର ମାହୋଲ ଦେଖିବାକୁ ମିଳିଛି । ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାରେ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୨୨ । ସୂଚନା ଅନୁସାରେ ଏକାଧିକ ଏକଜିଟ ପୋଲ ମହାଗଠବନ୍ଧନ ବେଶ ଆରାମରେ ମ୍ୟାଜିକ ନମ୍ବର ହାସଲ କରିନେବ ବୋଲି ଆକଳନ କରିଥିବା ପ୍ରକାଶ କରିଛ‌ନ୍ତି ।

Leave A Reply

Your email address will not be published.