ଦେଶରେ ଦୈନିକ ନମୁନା ପରୀକ୍ଷଣରେ ଅଭୂତପୂର୍ବ ବୃଦ୍ଧି

• ଗତକାଲି ୨୪ ଘଣ୍ଟା ମଧ୍ୟରେ ୧୧.୭୦ ଲକ୍ଷରୁ ଅଧିକ ନମୁନା ପରୀକ୍ଷା
• ଏପର୍ୟ୍ୟନ୍ତ ୪.୫ କୋଟିରୁ ଅଧିକ ପରୀକ୍ଷା ସମ୍ପନ୍ନ

ନୂଆଦିଲ୍ଲୀ, (ପିଆଇବି) : ଦିନକୁ ଅନୁନ୍ୟ ୧୦ ଲକ୍ଷ ନମୁନା ପରୀକ୍ଷଣର ଲକ୍ଷ୍ୟ ନେଇ ଗତ ୨ ଦିନ ମଧ୍ୟରେ ଏହି ସଂଖ୍ୟାରେ ଆଶାତୀତ ଉନ୍ନତି ଘଟିଛି ।
ଗତକାଲି ୨୪ ଘଣ୍ଟା ମଧ୍ୟରେ ୧୧.୭୦ ଲକ୍ଷ (୧୧,୭୨,୧୭୯) ନମୁନା ପରୀକ୍ଷଣ ହୋଇଛି ଯାହାକୁ ମିଶାଇ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୪.୫ କୋଟି (୪,୫୫,୦୯,୩୮୦) ନମୁନା ପରୀକ୍ଷା ହୋଇସାରିଛି ।
ଜାନୁଆରୀ ୩୦, ୨୦୨୦ ବେଳକୁ ଦେଶରେ ଦିନକୁ ମାତ୍ର ୧୦ଟି ନମୁନା ପରୀକ୍ଷା ହେଉଥିବା ବେଳେ ଆଜି ଏହା ୧୧ ଲକ୍ଷକୁ ଅତିକ୍ରମ କରିଛି । ବର୍ତ୍ତମାନ ଦେଶରେ ଦୈନିକ ପରୀକ୍ଷା ଅନ୍ୟାନ୍ୟ ଦେଶ ତୁଳନାରେ ସବୁଠାରୁ ଆଗରେ ରହିଛି । ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବ୍ୟାପକ ପରୀକ୍ଷା ଯୋଗୁଁ ସଅଳ ରୋଗ ନିରୂପଣ, ହସ୍ପିଟାଲ ଓ ଘରୋଇ ଏକାନ୍ତବାସରେ ଚିକିତ୍ସା କରାଯାଇପାରୁଥିବାରୁ ମୃତ୍ୟୁ ହାର ହ୍ରାସ ପାଇଛି । କେବଳ ସେତିକି ନୁହେଁ, ଅଧିକ ନମୁନା ପରୀକ୍ଷା ଯୋଗୁଁ ପଜିଟିଭ ହାର ମଧ୍ୟ ହ୍ରାସ ପାଇବାରେ ଲାଗିଛି । ଦ୍ରୁତ ପରୀକ୍ଷାଗାର ପ୍ରତିଷ୍ଠା ଯୋଗୁଁ ଏପରି ବ୍ୟାପକ ପରୀକ୍ଷା ସମ୍ଭବ ହୋଇଛି । ୧୦୨୨ଟି ସରକାରୀ ଓ ୬୦୧ ଘରୋଇ ଏହିପରି ମୋଟ ୧୬୨୩ଟି ପରୀକ୍ଷାଗାରରେ ଦେଶବ୍ୟାପୀ ନମୁନା ପରୀକ୍ଷା କରାଯାଇ ପାରୁଛି ।

Leave A Reply

Your email address will not be published.