ଆସନ୍ତା ୨ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ବିଦ୍ୟାଳୟ

ଭୁବନେଶ୍ୱର : ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ ପାଇଁ ବନ୍ଦ ରହିବ ରାଜ୍ୟର ସମସ୍ତ ବିଦ୍ୟାଳୟ ବୋଲି ଆଜି ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତେବେ ଆସନ୍ତାକାଲି ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି । କାଲି ସକାଳ ୭ଟାରୁ ଦିନ ୧ଟା ଯାଏଁ ଏହି ବନ୍ଦ ପାଳନ ହେବ ଏବଂ ଆସ‌ନ୍ତା ୧୬ ତାରିଖ ଦିନ ସରସ୍ବତୀ ପୂଜାକୁ ଆଖି ଆଗରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟକୁ ବନ୍ଦ ରଖିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି ।

Leave A Reply

Your email address will not be published.