ls

ରାଜ୍ୟ ସରକାରଙ୍କ ବଡ ନିଷ୍ପତି : +୨ ପରୀକ୍ଷା ବାତିଲ

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : +୨ ପରୀକ୍ଷା ବାତିଲ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । କରୋନାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । କରୋନାର ଦ୍ୱିତୀୟ ଲହର ସାରା ଓଡିଶାରେ ହଇଚଇ ସୃଷ୍ଟି କରିଥିବା ବେଳେ ଜୀବନ ଓ ଜୀବିକାକୁ ଅସ୍ଥବ୍ୟସ୍ଥ କରିଦେଇଛି । ଏଭଳି ସ୍ଥଳେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ । ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ୱାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ପରୀକ୍ଷା ବାତିଲ ହୋଇଥିଲେ ମଧ୍ୟ ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ବୋର୍ଡ ପକ୍ଷରୁ ନିର୍ଦ୍ଧାରିତ ମାପଦଣ୍ଡ ଦ୍ୱାରା ମୂଲ୍ୟାଙ୍କନ ହେବ । ଆଉ ତାହା ବି ପୁଣି ନିର୍ଦ୍ଦିଷ୍ଟ ସମୟସୀମା ଭିତରେ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

pc pk
Leave A Reply

Your email address will not be published.