୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ସମୀକ୍ଷା

  • ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବାକୁ ପଦକ୍ଷେପ
  • ଗଙ୍ଗୁଆ ଓ ଦୟାର ସଂଯୋଗ ସ୍ଥାନରେ ହେବ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ
  • ବସ୍ତି ସମେତ ସହରର ସବୁ ଅଞ୍ଚଳର ସବୁ ଘର ସଂଯୁକ୍ତ ହେବ ସ୍ୱେରେଜ ବ୍ୟବସ୍ଥାରେ
  • ପ୍ରଦୂଷଣ ଉପରେ ମିଳିତ ଭାବେ ନଜର ରଖିବେ ବିଏମ୍‌ସି, ଏସ୍‌ପିିସିବି ଏବଂ ଡବ୍ଲୁଏଟିସିଓ
  • ଭୁବନେଶ୍ୱର ସହର ନର୍ଦ୍ଦମା ପାଣିର ନିୟମିତ ବୈଷୟିକ ଯାଞ୍ଚ ହେବ

ଭୁବନେଶ୍ୱର, : ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ ୫ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଗୁରୁତ୍ୱାରୋପ କରିଛନ୍ତି ଏବଂ ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଦୟା ନଦୀର ଜଳକୁ ପ୍ରଦୂଷଣ ମୁକ୍ତ ରଖିବା ସଂକ୍ରାନ୍ତରେ ଆଜି ୫ଟିତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ପ୍ରତିଷ୍ଠାନର ଦୂଷିତ ଜଳକୁ ସ୍ୱେରେଜ ଲାଇନ୍‌ ସହିତ ସଂଯୋଗ କରିବା ପାଇଁ ବ୍ୟାଧତାମୂଳକ କରାଯାଇଛି । ଏହା ସହିତ ବିଏମ୍‌ସିର ସବୁ ଘର ଯେପରି ସ୍ୱେରେଜ ଲାଇନ୍‌ ସହିତ ଶୀଘ୍ର ସଂଯୁକ୍ତ ହୋଇପାରିବ ସେ ଦିଗରେ ମଧ୍ୟ ସଚେତନତା ସୃଷ୍ଟି କରିବାପାଇଁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । ଭୁବନେଶ୍ୱରରେ ୱାଟ୍‌କୋ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ସ୍ୱେରେଜ କାମ ଚାଲିଛି । ବିଭିନ୍ନ ଏଜେନ୍ସି ସହ ସମନ୍ୱୟ ରକ୍ଷାକରି କାମ କଲେ ଜନସାଧାରଣଙ୍କ ବିଶେଷ ଅସୁବିଧା ହେବ ନାହିଁ ବୋଲି ଶ୍ରୀ ପାଣ୍ଡିଆନ ମତଦେବା ସହିତ ସ୍ୱେରେଜ କାମ ତ୍ୱରାନ୍ୱିତ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବା ଏବଂ ବସ୍ତି ସମେତ ସହରର ସବୁ ଅଞ୍ଚଳ ଯେପରି ସ୍ୱେରେଜ ବ୍ୟବସ୍ଥା ସହିତ ସଂଯୁକ୍ତ ହେବ ସେଦିଗରେ ପଦକ୍ଷେପ ନେବା ପାଇଁ ଶ୍ରୀ ପାଣ୍ଡିଆନ ୱାଟ୍‌କୋକୁ ନିର୍ଦ୍ଦେଶ ଦେଇଥିଲେ । ଦୟା ନଦୀର ଜଳକୁ ବିଶୁଦ୍ଧ କରିବା ପାଇଁ ଦୟା ଓ ଗଙ୍ଗୁଆର ସଂଯୋଗ ସ୍ଥଳରେ ୱାଟ୍‌କୋ ପକ୍ଷରୁ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳଯୁକ୍ତ ଏକ ବିଶୋଧନ ପ୍ଲାଣ୍ଟ ନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ଭୁବନେଶ୍ୱର ସହରରେ ବିଭିନ୍ନ ଶିଳ୍ପାନୁଷ୍ଠାନ ମଧ୍ୟ ରହିଛି । ସେମାନଙ୍କର ବର୍ଜ୍ୟବସ୍ତୁ ଓ ଜଳର କିପରି ଉପଯୁକ୍ତ ବିଶୋଧନ କରାଯାଇପାରିବ ସେଥିପାଇଁ ଆଇଡ଼ିସିଓ, ଷ୍ଟେଟ ପୋଲ୍ୟୁସନ୍‌ କଣ୍ଟ୍ରୋଲ୍‌ ବୋର୍ଡ ଓ ବିଏମ୍‌ସି ପକ୍ଷରୁ ନିୟମିତ ଯାଞ୍ଚ କରାଯିବ । ଭୁବନେଶ୍ୱର ସହରର ବିଭିନ୍ନ ନର୍ଦ୍ଦମା ଜଳ ବିଶୋଧନ ପ୍ଲାଣ୍ଟରେ ପହଞ୍ଚିବା ପୂର୍ବରୁ ସେଗୁଡିକର ଡବ୍ଲୁଏଟିସିଓ ଓ ଏସ୍‌ପିିସିବି ପକ୍ଷରୁ ନିୟମିତ ବୈଷୟିକ ଯାଞ୍ଚ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବାପାଇଁ, ବିଏମ୍‌ସି ଅଞ୍ଚଳର ବର୍ଜ୍ୟବସ୍ତୁ ସୃଷ୍ଟିକାରୀ ଶିଳ୍ପ ତଥା ଅନ୍ୟ ପ୍ରତିଷ୍ଠାନଗୁଡିକ ଉପରେ ତୀକ୍ଷ୍ଣ ନଜର ରଖି ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ବିଏମ୍‌ସିକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । ବିଡ଼ିଏର ଉପାଧ୍ୟକ୍ଷ ବଲୱନ୍ତ ସିଂ ଅଧ୍ୟକ୍ଷତାରେ ଠିତ ଦୟା ଟାସ୍କ୍‌ ଫୋର୍ସ୍‌ ଦୟା ନଦୀ ପାଣିକୁ ବିଶୁଦ୍ଧ ରଖିବା ପାଇଁ ବିଭିନ୍ନ ଏଜେନ୍ସି ସହିତ ସମନ୍ଵୟ ରଖି ପଦକ୍ଷେପ ନେଇଛି । ବୈଠକରେ ବଳବନ୍ତ ସିଂ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ପ୍ରେଜେଣ୍ଟେ୍‌ସନ୍‌ ଉପସ୍ଥାପିତ କରିଥିଲେ ।

Leave A Reply

Your email address will not be published.