ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.