ରାୟଗଡାରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ : ମୁଖ୍ୟ ଅତିଥି ଭାବେ ଯୋଗଦାନ ଦେଲେ ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ

ରାୟଗଡା, (କେପିଏନ୍‌ଏସ୍‌) : ରାୟଗଡାରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମନ୍ତ୍ରୀ ସ୍ଵାଧୀନତା ସଂଗ୍ରାମୀଙ୍କୁ ମନେ ପକାଇବା ସହିତ ଗଭୀର ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ । ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଥିବା ବିଶିଷ୍ଟ ସମାଜସେବୀ ଶାନ୍ତି ଦେବୀଙ୍‌ଙ୍କ ପାଇଁ ଏହି ଅଂଚଳ ଗର୍ବର ବିଷୟ ବୋଲି କହିଥିବା ବେଳେ କରୋନା ଯୋଦ୍ଧାଙ୍କୁ ସମ୍ମାନିତ ମଧ୍ୟ କରିଥିଲେ ।

Leave A Reply

Your email address will not be published.