
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଦଫଲା ଗାଁରେ ଜଣେ ବ୍ୟକ୍ତିଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜ୍ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତି ଜଣକ ରାଜେନ୍ଦ୍ର ମହାକୁର ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଗତକାଲି ରାତିରେ ରାଜେନ୍ଦ୍ରଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିଲେ । ଆକ୍ରମଣରେ ରାଜେନ୍ଦ୍ରଙ୍କର ମୁଣ୍ଡରେ ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ରାଜେନ୍ଦ୍ରଙ୍କୁ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ଆକ୍ରମଣର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ ।