ଭୁବନେଶ୍ୱର : ୧୯୯୦ ବ୍ୟାଚ୍ର ଭାରତୀୟ ରାଜସ୍ୱ ସେବା (ଆଇଆରଏସ) ଅଧିକାରୀ ଜେ. କ୍ରିଷ୍ଣା କିଶୋରଙ୍କୁ ମୁଖ୍ୟ ଆୟକର ଆୟୁକ୍ତ ଭାବେ ପଦୋନ୍ନତି ମିଳିଛି । ବର୍ତ୍ତମାନ ଶ୍ରୀ କିଶୋର ଆୟକର ବିଭାଗ ଓଡ଼ିଶା ପ୍ରାନ୍ତର ତଦନ୍ତ ନିର୍ଦ୍ଦେଶାଳୟରେ ପ୍ରମୁଖ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି । ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ର ପ୍ରତ୍ୟକ୍ଷ ଟିକସ ବୋର୍ଡ ପକ୍ଷରୁ ତାଙ୍କ ପଦୋନ୍ନତି ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି ।