ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦୋକାନ ଖୋଲିବା ଅବଧି ବଢ଼ିଲା

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦୋକାନ ଖୋଲିବା ଅବଧି ବଢ଼ିଛି । ସକାଳ ୭ଟା ଦିନ ୧ଟା ଯାଏଁ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ୨ଦିନ ପାଇଁ କଟକଣା କୋହଳ କରାଯାଇଥିବା କୁହାଯାଇଛି । ଆଜି ଓ କାଲି ପାଇଁ ସକାଳ ୭ରୁ ଦିନ ଗୋଟାଏ ଯାଏଁ କିଣାକିଣି କରିପାରିବେ ଲୋକେ । ୧୦ ଜିଲ୍ଲାରେ ଲକଡାଉନ କଟକଣାକୁ କୋହଳ ହୋଇଛି । ଲକଡାଉନ କଟକଣା କୋହଳ ହୋଇଥିବା ୧୦ ଜିଲ୍ଲା ହେଲା – ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଓ ଖୋର୍ଦ୍ଧା । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ।

Leave A Reply

Your email address will not be published.